ଆଜି ବାହୁଡ଼ିବେ ମହାପ୍ରଭୁ

ପୁରୀ ଅଫିସ,୧୨।୭:ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ମହାପ୍ରଭୁଙ୍କୁ ତିନିରଥ ଅପେକ୍ଷା କରି ରହିଛନ୍ତି। ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟିର ସଦସ୍ୟମାନେ ଯାଞ୍ଚ କରିସାରିଛନ୍ତି। ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ପ୍ରସ୍ତୁତି ଚାଲିଛି।
ଗୁରୁବାର ଥିଲା ସନ୍ଧ୍ୟା ଦର୍ଶନ। ତେଣୁ ବୁଧବାର ରାତି ୨ଟା ୫୫ରେ ଠାକୁରଙ୍କ ପହୁଡ଼ ହୋଇ ଭୋର ୪ଟା ୨୦ରେ ଦ୍ୱାରଫିଟା ଯାଇଥିଲା। ୫ଟା ୧୦ରେ ହୋଇଥିଲା ମଙ୍ଗଳ ଆଳତି। ଏହାପରେ ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇଥିଲା। ଲମ୍ବା ଧାଡ଼ିିରେ ଶ୍ରଦ୍ଧାଳୁମାନେ ଦାରୁଦିଅଁଙ୍କ ଦର୍ଶନ କରିଥିଲେ। ନୀତି ସଅଳ ଚାଲିଥିଲା। ଭକ୍ତମାନେ ପୂର୍ବାହ୍ନ ୧୦ଟା ୨୫ରେ ଆଡପ ଅବଢା ପାଇଥିଲେ।
ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ରାତି ୮ଟାରୁ ବନ୍ଦ କରାଯାଇଥିଲା। ଏହାପରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଶୋଧ କରାଯାଇଥିଲା। ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମୀ ଲାଗି ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡି ଭୋଗ ଖାଇସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ୧୨ଟାରେ ବାହୁଡା ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ବଢି ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ବାହୁଡା ପରଦିନ ଅର୍ଥାତ୍‌ ଶନିବାର ସୁନାବେଶ ରହିଛି। ତେଣୁ ବାହୁଡ଼ା ଦିନ ହିଁ ସିଂହଦ୍ୱାରରେ ତିନିରଥ ପହଞ୍ଚାଇବା ଲାଗି ପ୍ରଶାସନ ସ୍ଥିର କରିଛି। ଆବଶ୍ୟକ ପଡ଼ିିଲେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯାଇ ରାତିରେ ରଥ ଟଣାଯାଇ ସିଂହଦ୍ୱାରରେ ପହଞ୍ଚାଇବାର ଯୋଜନା ରହିଛି ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri