ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ସହ ରକ୍ତଦାନ ଶିବିର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିସହିତ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧା ସୁମନ ଅର୍ପଣ କରିବେ। ଅପରାହ୍ନ ୫ଟା ୩୦ ମିନିଟ୍‌ରେ ଲୋକସେବା ଭବନ ପରିସର କନ୍‌ଭେନ୍‌ସନ ସେଣ୍ଟରରେ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବା ସହ ସନ୍ଧ୍ୟାରେ ଜୟଦେବ ଭବନଠାରେ ଅନୁଷ୍ଠିତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଜନସାଧାରଣଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ‘ପକ୍କାଘର ଯୋଗ୍ୟତା କାର୍ଡ’ ପ୍ରଦାନ କରାଯିବ। ସେହିପରି ସହରାଞ୍ଚଳରେ ରହୁଥିବା ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ’ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟାଯିବ। ଏହି କାର୍ଯ୍ୟକୁ ଆନ୍ତରିକତାର ସହିତ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟକ, ଜିଲା ସଭାପତି, ଛାମୁଆ ସଙ୍ଗଠନର ରାଜ୍ୟ ସଭାପତି ଏବଂ ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷମାନଙ୍କୁ ଚିଠି ଲେଖି ଜଣାଇଛନ୍ତି।
ଏଥର ବିଜୁ ଜୟନ୍ତୀ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ପାଳନ ହେବ। ବ୍ଲକ ଏବଂ ପୌରାଞ୍ଚଳରେ ବୈଠକ କରାଯାଇ ନବୀନ ପଟ୍ଟନାୟକଙ୍କ ୨୦ବର୍ଷ ସରକାରର ସଫଳତା ସମ୍ପର୍କରେ ପ୍ରଚାର କରାଯିବ। ଏହି ଦିବସକୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜୁ ଜୟନ୍ତୀଠାରୁ ତାଙ୍କ ତିରୋଧାନ ଦିବସ ଅର୍ଥାତ୍‌ ଏପ୍ରିଲ ୧୭ ତାରିଖ ମଧ୍ୟରେ ଛାମୁଆ ସଙ୍ଗଠନ ପକ୍ଷରୁ ପ୍ରତ୍ୟେକ ସ୍ଥାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଚାଲିବ। ମାର୍ଚ୍ଚ ୮ ତାରିଖରେ ମହିଳା ଦିବସ ଅବସରରେ ଦଳର ମହିଳା ସଙ୍ଗଠନ ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରରେ ମହିଳା ସମାବେଶ ଆୟୋଜନ କରାଯାଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୦ଜଣ ସଫଳ ମହିଳାଙ୍କୁ ସମ୍ମାନିତ କରାଯିବ। ଏହାସହ କାର୍ଯ୍ୟକ୍ରମ ଶେଷ ହେବା ପରେ ସମସ୍ତେ ଏହାର ଫଟୋ ଏବଂ ଭିଡିଓ ରାଜ୍ୟ କାର୍ଯ୍ୟାଳୟକୁ ପଠାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?