Posted inଜାତୀୟ

ଆଜି ବିଶ୍ୱ ଡାକ ଦିବସ: ଜାଣନ୍ତୁ ଡାକ ସେବା ସମ୍ପର୍କରେ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ,୯।୧୦: ଆଜି ସାରା ବିଶ୍ୱରେ ଡାକ ଦିବସ ପାଳନ କରାଯାଉଛି। ଡାକ ବିଭାଗ କାଇଁ କେଉଁ ଯୁଗରୁ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ସୂଚନା ପହଞ୍ଚାଇବାର ଏକ ବିଶ୍ୱସନୀୟ ମାଧ୍ୟମ ପାଲଟିଛି। ୧୮୭୪ ମସିହା ଅକ୍ଟୋବର ୯ରେ ୟୁନିଭରସାଲ ପୋଷ୍ଟ ୟୁନିୟନ ଗଠନ ପାଇଁ ସ୍ବିଜରଲାଣ୍ଡର ବର୍ନରେ ୨୨ଟି ଦେଶ ମିଶି ଏକ ବୁଝାମଣା ପତ୍ର ସ୍ବାକ୍ଷର କରିଥିଲେ। ପ୍ରଥମ ଏସୀୟ ଦେଶ ଭାବେ ଭାରତ ୟୁନିଭରସାଲ ପୋଷ୍ଟ ୟୁନିୟନର ସଦସ୍ୟ ହୋଇଥିଲା। ଆନନ୍ଦ ମୋହନ ନରୁଲା ନାମକ ଜଣେ ଭାରତୀୟଙ୍କ ପ୍ରସ୍ତାବ କ୍ରମେ ୧୯୬୯ ମସିହାରେ ଟୋକିଓରେ ହୋଇଥିବା ଏକ ସମ୍ମିଳନୀରେ ଅକ୍ଟୋବର ୯କୁ ବିଶ୍ୱ ଡାକ ଦିବସ ଭାବେ ପାଳନ କରିବାକୁ ଘୋଷଣା ହୋଇଥିଲା। ବିଶ୍ୱସ୍ତରରେ ଡାକସେବାର ପ୍ରଚାର ଓ ପ୍ରସାର ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ। ଅକ୍ଟୋବର ୧, ୧୮୫୪ରେ ଭାରତ ସରକାର ଡାକ ପାଇଁ ଏକ ବିଭାଗ ସ୍ଥାପନା କରିଥିଲେ। ଦେଶରେ ୧୭୬୬ରେ ଲର୍ଡ କ୍ଲାଇବଙ୍କ ଦ୍ୱାରା ସ୍ଥାପିତ ଡାକ ବ୍ୟବସ୍ଥାର ବିକାଶ ଓ୍ବାରେନ ହେଷ୍ଟିଙ୍ଗ୍ସ କରିଥିଲେ। ୧୭୭୪ରେ କୋଲକାତାରେ ସେ ଜିପିଓ ସ୍ଥାପନା କରିଥିଲେ। ଚେନ୍ନାଇ ଏବଂ ମୁମ୍ବାଇରେ ଜେନେରାଲ ପୋଷ୍ଟ ଅଫିସ୍‌ ୧୭୮୬ ଏବଂ ୧୭୯୩ରେ ହୋଇଥିଲା। ଏବେ ୧୪୨ଟି ଦେଶରେ ପୋଷ୍ଟା କୋଡ ଉପଲବ୍ଧ ରହିଛି। ଭାରତୀୟ ଡାକ ବିଭାଗ ପିନକୋର୍ଡ ନମ୍ବର ଆଧାରରେ ଡାକ ବିତରଣ ବ୍ୟବସ୍ଥା କାର୍ଯ୍ୟ କରେ। ପିନ୍‌କୋଡ୍‌ ନମ୍ବର ଅଗଷ୍ଟ ୧୫, ୧୯୭୨ରେ ହୋଇଥିଲା।
ଭାରତୀୟ ଜନଜୀବନରେ ଡାକସେବାର ଏକ ଅନନ୍ୟ ଭୂମିକା ରହିଛି। ଏହା କେବଳ ଚିଠି ଦେଣନେଣ, ଲଫାପା, ଡାକ ଟିକଟ ବିକ୍ରି କରି ନ ଥାଏ, ସମ୍ପର୍କୀୟଙ୍କୁ ପରସ୍ପର ସହ ଆତ୍ମିକ ଭାବେ ଯୋଡି ଥାଏ। ଆଗ କାଳରେ ସେବା ଏକ ଜରୁରୀ ସେବା ଥିଲା। ସେବା ମାଧ୍ୟମରେ ସବୁ ପ୍ରକାର ଯୋଗାଯୋଗ କରାଯାଉଥିଲା। ଯୁଗ ଏବଂ ସମୟ ବଦଳିବା ସହ ଡାକଘରର ଆବଶ୍ୟକତା ମଧ୍ୟ ବଢିଚାଲିଛି। ଏଣୁ ଡାକଘରର ଆବଶ୍ୟକତା ଓ ଉପକାରିତା ସର୍ମ୍ପକରେ ଲୋକଙ୍କୁ ଅବଗତ କରିବାର ଲକ୍ଷ୍ୟ ନେଇ ଡାକ ଦିବସ ପାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri