Posted inଜାତୀୟ

ଆଜି ମହାରାଷ୍ଟ୍ରର ମଙ୍ଗ ଧରିବେ ଉଦ୍ଧବ

ମୁମ୍ବାଇ,୨୮ା୧୧(ପି.ଟି.) : ମହାରାଷ୍ଟ୍ରରେ ଦୁଇ ଦଶନ୍ଧି ପରେ ଶିବସେନାରୁ ଜଣେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଦଳ ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ସନ୍ଧ୍ୟାରେ ଏହି ଗୁରୁଦାୟିତ୍ୱ ଗ୍ରହଣ କରିବେ। ଏଥିପାଇଁ ମୁମ୍ବାଇର ଦାଦରସ୍ଥିତ ଶିବାଜୀ ପାର୍କରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।
ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେଙ୍କ ପ୍ରସିଦ୍ଧ ଦଶହରା ରାଲି ଶିବାଜୀ ପାର୍କରେ ହୋଇଥିଲା। ସେହି ସ୍ଥାନରେ ତାଙ୍କ ୫୯ ବର୍ଷୀୟ ପୁଅ ଉଦ୍ଧବ ମହାରାଷ୍ଟ୍ରର ୧୯ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଶପଥଗ୍ରହଣର ଅବ୍ୟବହିତ ପୂର୍ବରୁ ଉଦ୍ଧବ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟି କ୍ୟାବିନେଟର ରୂପରେଖ ସମ୍ପର୍କରେ ଆଲୋଚନା କରିଛନ୍ତି। ସେହିପରି ମହାବିକାଶ ଅଘାଡ଼ିର ଅନ୍ୟତମ ଅଂଶୀଦାର କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲ, କେ.ସି. ବେଣୁଗୋପଳ ମଧ୍ୟ ପାଓ୍ବାରଙ୍କୁ ସାକ୍ଷାତ କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ଅନେକ ରାଜନେତା, ଅଧିକାରୀ ଓ ସେଲିବ୍ରିଟି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ନିମନ୍ତ୍ରିତ ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ମୁଖ୍ୟ ଏନ୍‌. ଚନ୍ଦ୍ରାବାବୁ ନାଇଡୁ, ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ସୁପ୍ରିମୋ ଏଚ୍‌.ଡି. ଦେବେଗୌଡ଼ା ପ୍ରମୁଖ। ଅନ୍ୟପକ୍ଷରେ ଏନ୍‌ସିପିର ଅଜିତ ପାଓ୍ବାର ନିଜ ଦଳକୁ ଫେରିଆସିଥିବାରୁ ତାଙ୍କୁ ମଧ୍ୟ କ୍ୟାବିନେଟରେ ସାମିଲ କରାଯାଇପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପ୍ରକାଶ ଯେ, ମନୋହର ଜୋଷୀ ୧୯୯୫ରେ ପ୍ରଥମ ଶିବସେନା ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ୧୯୯୯ରେ ଦଳର ଶେଷ ମୁଖ୍ୟମନ୍ତ୍ରୀ ହୋଇଥିଲେ ନାରାୟଣ ରାଣେ। ଏହାର ଦୀର୍ଘ ୨୦ ବର୍ଷର ବ୍ୟବଧାନ ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri