ଆଜି ମହାଷଷ୍ଠୀ, ଉତ୍ସବମୁଖର ଅନୁଗୋଳ: ୧୧ ମଣ୍ଡପରେ ପୂଜା ପାଇବେ ଦଶଭୁଜା

ଅନୁଗୋଳ ଅଫିସ, ୪।୧୦- ଦୁର୍ଗାପୂଜା ପାଇଁ ସଜେଇ ହେଉଛି ଅନୁଗୋଳ ସହର। ଚଳିତବର୍ଷ ୧୧ ମଣ୍ଡପରେ ମା’ ଦଶଭୁଜାଙ୍କ ପୂଜାର୍ଚ୍ଚନା କରାଯିବ। ଶୁକ୍ରବାର ମା’ଙ୍କ ଷଷ୍ଠୀପୂଜା ହେବାକୁ ଥିବାରୁ ଏହାକୁ ନେଇ ସହରରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ସପ୍ତମୀରେ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ କଳସଯାତ୍ରା କରାଯିବ।
ଚଳିତବର୍ଷ ସହରର ଅମଲାପଡ଼ା, ଶିମିଳିପଡ଼ା, ଦଶହରାପଡ଼ିଆ, ହୁଲୁରୁସିଂହା, ହେମସୁରପଡ଼ା, ରାଣୀଗୁଡ଼ା, ଶୁଶୁଡ଼ା, କାଲଟାକ୍ସ ଛକ, ବସଷ୍ଟାଣ୍ଡ ଓ ଗାନ୍ଧୀଛକରେ ପୂଜା ପାଇଁ ଆୟୋଜନ ଶେଷ ହୋଇଛି। ସମସ୍ତ ମଣ୍ଡପ ପକ୍ଷରୁ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ସାଜସଜ୍ଜା ସହ ବଡ଼ ବଡ଼ ତୋରଣ ପ୍ରସ୍ତୁତ କରାଯାଇଛି। ତେବେ ମା’ଙ୍କ ଆଗମନ ପାଇଁ ଷଷ୍ଠୀ ପୂଜାରେ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା କରାଯିବ। ବେଲବରଣୀ ୩ଟାରୁ ସାଢ଼େ ପାଞ୍ଚଟା, ସପ୍ତମୀ ପୂଜା ସକାଳୁ କଳସ ଯାତ୍ରା, ଘାଟରେ ଗଙ୍ଗାପୂଜା ହେବା ପରେ କଳସ ଆସି ମଣ୍ଡପରେ ସ୍ଥାପନ କରାଯିବ। ଅଷ୍ଟମୀ ପୂଜା ସାଧାରଣ ପୂଜା ସହ ସନ୍ଧିପୂଜା କରାଯିବ। ନବମୀ ପୂଜା ପରେ ଦଶମୀ ପୂଜା କରାଯିବ। ଅନୁଗୋଳରେ ଶିମିଳପଡ଼ା ପୂଜା ମଣ୍ଡପ ତାର ସ୍ବତନ୍ତ୍ରତା ବଜାୟ ରଖିଛି। ଅନୁଗୋଳର ପୁରାତନ ମଣ୍ଡପରେ ବଙ୍ଗୀୟ ରୀତିନୀତିରେ ପୂଜାଚ୍ଚନା କରାଯିବ, ଯାହା ଅନୁଗୋଳର ଅନ୍ୟ କୌଣସି ମଣ୍ଡପରେ କରାଯାଇ ନ ଥାଏ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ୮ ତାରିଖରେ ପୂଜା ଶେଷ ପରେ ସହରରେ ୯ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି ସେଣ୍ଟ୍ରାଲ ପୂଜା କମିଟି ପକ୍ଷରୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri