ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ ଷ୍ଟାଡିୟମରେ ପହଞ୍ଚିବା ପରେ ଆଜ୍ଞାଲଡୁ ନିଲାମ ହେବ। ଏହାପରେ ସମସ୍ତ ମେଢକୁ ପର୍ଯ୍ୟାୟ କ୍ରମେ ଷ୍ଟାଡିୟମରୁ ନିଆଯାଇ ନଦୀପଠା ଅସ୍ଥାୟୀ ପୋଖରୀରେ ବିସର୍ଜନ କରାଯିବ। କେନ୍ଦ୍ରୀୟ ଗଜଲକ୍ଷ୍ମୀପୂଜା କମିଟି ଆନୁକୂଲ୍ୟରେ ହେବାକୁ ଥିବା ଏହି ମେଲଣ ଉତ୍ସବରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମପି ମହେଶ ସାହୁ, ବିଧାୟକ ମୁକେଶ କୁମାର ପାଲ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଆରକ୍ଷୀ ଅଧୀକ୍ଷକ ଜଗମୋହନ ମିନା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨ ପ୍ଲାଟୁନ ଫୋର୍ସ ମୁତୟନ ହେବା ସହ ୨ଜଣ ଡିଏସପି, ୩ଜଣ ଇନ୍ସପେକ୍ଟର, ୪ଜଣ ଏସଆଇ ଏବଂ ୮ ଜଣ ଏଏସଆଇଙ୍କ ସହ ମୋଟ ୧୭ ଜଣ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ପ୍ରକାଶ କରିଛନ୍ତି। ଶାନ୍ତିଶୃଙ୍ଖଳା ସହ କିପରି ଭସାଣି ଉତ୍ସବ ଶେଷ ହେବ ସେଥିପାଇଁ ଉପଜିଲାପାଳ ଅଜିତ କୁମାର ପ୍ରଧାନ ପୋଲିସ ପ୍ରଶାସନ, ସମସ୍ତ ପୂଜା କମିଟିର ସଦସ୍ୟଙ୍କୁ ଯତ୍ନବାନ ରହିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଭସାଣି ଉତ୍ସବକୁ ଦୃଷ୍ଟିରେ ରଖି ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସହର ମଧ୍ୟକୁ କୌଣସି ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇ ଥିବାବେଳେ ଏହି ସମୟରେ ସମସ୍ତ ଗାଡିକୁ ନୂତନ ବାଇପାସ ରାସ୍ତାରେ ଛଡ଼ାଯିବ ବୋଲି ଥାନା ଅଧିକାରୀ କନକ ମାଝି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri