ଆଜି ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୩ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହି ସମୟଠାରୁ ପରୀକ୍ଷାର୍ଥୀମାନେ www.chseodisha.nic.in ଓ www.orissaresults.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଦେଖିପାରିବେ। ଛାତ୍ରୀଛାତ୍ରମାନେ ନିଜର ରୋଲ୍‌ ନମ୍ବର ଓ ରେଜିଷ୍ଟ୍ରେଶନ ନମ୍ବର ଦେଇ ନିଜ ପରୀକ୍ଷା ଫଳ ପାଇପାରିବେ ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଏଥର ଯୁକ୍ତ୨ ବିଜ୍ଞାନ ପରୀକ୍ଷା ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ୩୦ ତାରିଖରେ ଶେଷ ହୋଇଥିଲା। ଚଳିତବର୍ଷ ୯୯ ହଜାର ୧୮ଜଣ ଛାତ୍ରୀଛାତ୍ର ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri