ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଜେଡି ସରକାରର ପଞ୍ଚମ ପାଳିର ପ୍ରଥମ ବଜେଟ ଗୃହରେ ଆଗତ କରିବେ। ଚଳିତ ଆର୍ଥିକ ବର୍ଷ ଲାଗି ରାଜ୍ୟ ସରକାର ୧ ଲକ୍ଷ ୩୮ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ବିଧାନସଭାରେ ଆଗତ ହେବା ପୂର୍ବରୁ ଚିଠା ବଜେଟକୁ ଗତ ୨୦ ତାରିଖରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳି ସାରିଛି। ଏହି ବଜେଟରେ ଜଳସେଚନ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଗ୍ରାମାଞ୍ଚଳ ଭିତ୍ତିଭୂମି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କାଳିଆ ଆଦି ଯୋଜନା ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ବିଦ୍ୟୁତ ଭିତ୍ତିଭୂମି ପାଇଁ ବଜେଟରେ ସ୍ବତନ୍ତ୍ର ବ୍ୟୟବରାଦ ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ରାଜ୍ୟ ସରକାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସଶକ୍ତ କରିବାକୁ ଧାନକିଣା କାର୍ଯ୍ୟରେ ନିୟୋଜିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହି ଗୋଷ୍ଠୀଗୁଡ଼ିକ ସକାଶେ ଧାନ କ୍ରୟ ପାଇଁ ୧ ହଜାର କୋଟି ଟଙ୍କାର ଏକ କର୍ପସ ପାଣ୍ଠି ଗଠନ କରାଯିବ। ଏଥିପାଇଁ ମଧ୍ୟ ବଜେଟରେ ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri