ଆଜି ଶ୍ରୀକ୍ଷେତ୍ର ଭଉଁରୀ: ଶ୍ରୀମନ୍ଦିର ଭିତରେ ହେବ ବିଧି ରକ୍ଷା

ପୁରୀ ଅଫିସ,୧୫।୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ ଭଉଁରି ହେବ। ଲକ୍‌ଡାଉନ କଟକଣା ପାଇଁ କେବଳ ବିଧି ରକ୍ଷା କରାଯିବ।

ଅକ୍ଷୟ ତୃତୀୟାଠାରୁ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ, କୃଷ୍ଣ ଏବଂ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା ଓ ଭଦ୍ରା ଚାପରେ ପ୍ରତ୍ୟହ ଜଳକ୍ରୀଡ଼ା କରିଥାନ୍ତି। ଚନ୍ଦନ ଯାତ୍ରାର ୨୦ ତମ ଦିବସରେ ଭଉଁରି ଯାତ ହୋଇଥାଏ। ବାହାର ଚନ୍ଦନ ଯାତ୍ରାରେ ପ୍ରତ୍ୟହ ଦିନ ଚାପରେ ଗୋଟିଏ ଘେରା ଓ ରାତ୍ର ଚାପରେ ୩ ଘେରା ପରିକ୍ରମା କରିଥାନ୍ତି। କିନ୍ତୁ ଭଉଁରିରେ ରାତ୍ର ଚାପରେ ଠାକୁର ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ନୌବିହାର କରିଥାନ୍ତି। ୨୧ ଦିନରେ ମହାପ୍ରଭୁଙ୍କ ହଳଦୀ ପାଣି ନୀତି ସମ୍ପନ୍ନ ହୁଏ। ଏହି ଦିନ କେବଳ ଦିନ ଚାପ ହୁଏ। କିନ୍ତୁ ଏଥର ଲକ୍‌ଡାଉନ ଯୋଗୁ ମନ୍ଦିର ଭିତରେ ଚନ୍ଦନ ଯାତ୍ରା ଚାଲିଛି। ତେଣୁ ମନ୍ଦିର ଭିତରେ ଭଉଁରି ହେବ ବୋଲି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri