ଆଜି ସରିବ ଅଲାରନାଥଙ୍କ ଅଣସର ଦର୍ଶନ: ବର୍ଷାରେ ଭିଜି ଦର୍ଶନ କଲେ ଭକ୍ତ

ବ୍ରହ୍ମଗିରି, ୨।୭(ଡି.ଏନ୍‌.ଏ.): ସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ମହାସ୍ନାନପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଥିଲେ ଶ୍ରୀଜୀଉମାନେ। ରବିବାର ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ଦଇତାପତିଙ୍କ ଦ୍ୱାରା ଗଜପତି ମହାରାଜାଙ୍କୁ ଦିଆଯାଇଛି। ସୋମବାର ମହାପ୍ରଭୁ ଚତୁର୍ଦ୍ଧାମୁର୍ତ୍ତୀଙ୍କର ଘଣାଲାଗି ନୀତି ପାଳିତ ହୋଇଛି। ଏପଟେ ଶ୍ରୀଅଲାରନାଥ ପୀଠରେ ଶ୍ରୀ ଜୀଉଙ୍କର ଅଣସର ଦର୍ଶନ ଚାଲିଛି। ମଙ୍ଗଳବାର ମହାପ୍ରଭୁଙ୍କ ନିକଟରେ ୧୪ଦିନ ବ୍ୟାପୀ ଚାଲିଥିବା ଅଣସର ଦର୍ଶନ ଶେଷହେବ। ସୋମବାର ଅଲାରନାଥ ପୀଠରେ ଅଣବସର ଦର୍ଶନ ତ୍ରୟୋଦଶ ଦିନରେ ପହଞ୍ଚତ୍ଛି। ଅଣସର ଦର୍ଶନ ଯେତିକି ସରିସରି ଆସୁଛି ଭକ୍ତଙ୍କ ଭିଡ଼ ସେତିକି ବଢ଼ୁଛି। ଏବେ ଅଲାରନାଥ ପୀଠରେ ଆଶାତୀତ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି। ଦିନ ସାରା ଝିପି ଝିପି ବର୍ଷାରେ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ। ଭୋର ୪ଟାରେ ମନ୍ଦିର ଦ୍ୱାର ଖୋଲାଯାଇ ୪ଟା ୧୫ରେ ମଙ୍ଗଳ ଆଳତୀ, ୪ଟା ୩୦ରେ ଅବକାଶ, ୫ଟାରେ ମହାପ୍ରଭୂଙ୍କ ଅଣସର ବେଶ, ଚନ୍ଦନ ତୁଳସୀ ଲାଗି, ୫ଟା ୩୦ରେ ବଲ୍ଲଭ ଧୂପ ଓ ପରେ ସର୍ବସାଧାରଣ ଦର୍ଶନ ହୋଇଥିଲା। ସକାଳ ଧୂପ, ଦ୍ୱିପ୍ରହର ଧୂପରେ କେବଳ ଖିରି ପ୍ରସାଦ ଭୋଗ ହୋଇ ଦିନ ୨ଟା ୩୦ରେ ପହୁଡ ପଡିଥିଲା। ୨ଟା ୪୫ରେ ଚିଅଁା ପହୁଡ ନୀତି ହୋଇ ସର୍ବସାଧାରଣ ଦର୍ଶନ ହୋଇଥିଲା। ଅଣସର ଶେଷ ହେବା ପର୍ଯ୍ୟାୟରେ ପହଞ୍ଚତ୍ବାରୁ ପାଖାପାଖି ଗାଁର ଭକ୍ତ ମାନଙ୍କ ଭିଡ ଦେଖିବାକୁ ମିଳିଥିଲା। ଆନନ୍ଦ ବଜାରରେ ପ୍ରବଳ ଗହଳି ଦେଖିବାକୁ ମଳିଥିଲା। ସନ୍ଧ୍ୟା ୭ଟା ୧୦ରେ ସନ୍ଧ୍ୟା ଆଳତୀ, ରାତି ୮ଟାରେ ମଇଲମ, ୮ଟା ୩୦ରେ ସର୍ବସାଧାରଣ ଦର୍ଶନ, ରାତି ୧୦ଟା ୨୦ରେ ସନ୍ଧ୍ୟା ଧୂପ ଓ ଅନ୍ୟାନ୍ୟ ନୀତି ବଢ଼ି ରାତି ୧୦ଟା ୫୦ରେ ବଡସିଂହାର ବେଶ ହେବା ପରେ ୧୨ଟାରେ ପହୁଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri