Posted inଜାତୀୟ

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି।
ସହ ଅନ୍ୟ ୩ ଦୋଷୀ ମୁକେଶ ସିଂ(୩୨), ଅକ୍ଷୟ ସିଂ(୩୧) ଓ ପବନ ଗୁପ୍ତା(୨୫)ଙ୍କୁ ଶନିବାର ଫାଶୀଖୁଣ୍ଟରେ ଝୁଲାଇବା ପାଇଁ ଅଦାଲତଙ୍କ ନିର୍ଦ୍ଦେଶ ରହିଥିଲା। କିନ୍ତୁ ଦୋଷୀମାନଙ୍କ ଓକିଲ ଏହାକୁ ପଟିଆଲା ହାଉସ୍‌ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଫଳରେ ଅନ୍ୟାଦେଶ ଜାରି ନ ହେବା ଯାଏ ସେମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ ବୋଲି ଅତିରିକ୍ତ ସେସନ୍ସ ଜଜ୍‌ ଧର୍ମେନ୍ଦ୍ର ରାଣା ଶୁକ୍ରବାର ସନ୍ଧ୍ୟାରେ ରାୟ ଦେଇଥିଲେ। ଏହି ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦାଏର କରାଯାଇଥିବା ପିଟିଶନର ଶୁଣାଣି ରବିବାର କରାଯିବ। ଏଥିଲାଗି ଜଷ୍ଟିସ୍‌ ସୁରେଶ କୈଟ୍‌ ୪ ଦୋଷୀଙ୍କୁ ନୋଟିସ ଜାରି କରିଛନ୍ତି। ସେହିପରି ସରକାରଙ୍କ ଆବେଦନ ଉପରେ ମହାନିର୍ଦ୍ଦେଶକ (କାରାଗାର) ଓ ତିହାର ଜେଲ କର୍ତ୍ତୃପକ୍ଷଙ୍କୁ ମଧ୍ୟ ସେମାନଙ୍କ ମତାମତ ପାଇଁ ନୋଟିସ କରାଯାଇଛି। ଏବେ ମୁକେଶଙ୍କୁ ଛାଡ଼ିଦେଲେ ଅନ୍ୟ ୩ ଦୋଷୀଙ୍କ ପାଖରେ ଆଇନଗତ ବିକଳ୍ପ ରହିଛି। ମୁକେଶଙ୍କ ରାଜକ୍ଷମା ଆବେଦନକୁ ରାଷ୍ଟ୍ରପତି ଖାରଜ କରିଦେବା ପରେ ସେ ତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ତାଙ୍କ ପୁନର୍ବିଚାର ପିଟିଶନକୁ ଖାରଜ କରିସାରିଛନ୍ତି।
ପ୍ରକାଶ ଯେ, ୨୦୧୨ ଡିସେମ୍ବର ୧୬ ରାତିରେ ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଏକ ଚଳନ୍ତା ବସ୍‌ରେ ୬ ଅଭିଯୁକ୍ତ ଗଣବଳାତ୍କାର କରି ରାସ୍ତାକୁ ଫିଙ୍ଗି ଦେଇଥିଲେ। ପୀଡ଼ିତାଙ୍କୁ ସିଙ୍ଗାପୁରସ୍ଥିତ ମାଉଣ୍ଟ ଏଲିଜାବେଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ମୃତ୍ୟୁ ସହ ସଂଗ୍ରାମ କରି ୨୯ ତାରିଖରେ ଆଖି ବୁଜିଦେଇଥିଲେ। ବସ୍‌ ଡ୍ରାଇଭର ରାମ ସିଂ ତିହାର ଜେଲରେ ଆମତ୍ହତ୍ୟା କରିଥିଲେ। ନାବାଳକ ଦୋଷୀ ୩ ବର୍ଷ ଜେଲଦଣ୍ଡ ଭୋଗିବା ପରେ ମୁକୁଳିଥିଲେ। ଅନ୍ୟ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ପାଇଁ ୨ ଥର (ଜାନୁୟାରୀ ୨୨ ଓ ଫେବୃୟାରୀ ୧ରେ ଫାଶୀ ଦେବା ଲାଗି) ଡେଥ୍‌ ଓ୍ବାରେଣ୍ଟ ଜାରି ହେଲାଣି। ଏହା ସତ୍ତ୍ୱେ ସେମାନଙ୍କ ଓକିଲମାନେ ଆଇନର ଗଳାବାଟ ଦେଇ ଦୋଷୀଙ୍କ ମୃତ୍ୟୁ ଦଣ୍ଡାଦେଶକୁ କିଛିଦିନ ଲାଗି ଟାଳିଦେବାରେ ସକ୍ଷମ ହୋଇଛନ୍ତି। ତେଣୁ କେନ୍ଦ୍ର ସରକାରଙ୍କ ପିଟିଶନ ଉପରେ ଦିଲ୍ଲୀ ହାଇକୋର୍ଟ କି ରାୟ ଦେଉଛନ୍ତି, ତା’ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri