ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆ ଓ ରାଜ୍ୟ ବାର୍‌ କାଉନସିଲ ମିଶି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ଆନ୍ଦୋଳନକୁ ଭଣ୍ଡୁର କରିବା ପାଇଁ ଚକ୍ରାନ୍ତ କରୁଥିବା ଅଭିଯୋଗ ହେଉଛି। ଫଳରେ ପଶ୍ଚିମ ଓଡ଼ିଶା ଓକିଲମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ୧୨ ଘଣ୍ଟିଆ ପଶ୍ଚିମ ଓଡିଶା ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦେଇଛି। ପଶ୍ଚିମ ଓଡ଼ିଶାର ସମସ୍ତ ଜିଲାରେ ବନ୍ଦ ପାଳନ କରିବାକୁ ବାଇକ୍‌ ରାଲି ଓ ପଥପ୍ରାନ୍ତ ସଭା ମାଧ୍ୟମରେ ଲୋକଙ୍କୁ ସଚେତନ କରାଯିବା ସହ ସମର୍ଥନ ପାଇଁ ଆହ୍ବାନ ଦେଇଛି କ୍ରିୟାନୁଷ୍ଠାନ କମିଟି। ଏହି ଉପଲକ୍ଷେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନ, ବୀମା ଓ ବ୍ୟାଙ୍କ ଅଫିସ ବନ୍ଦ ରହିବ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିଭିନ୍ନ ଷ୍ଟେଶନରେ ରେଳରୋକୋ ସହ ଜାତୀୟ ଏବଂ ରାଜ୍ୟ ରାଜପଥ ଅବରୋଧ କରାଯିବ। ଦୋକାନ ବଜାର ବନ୍ଦ କରାଯିବ ବୋଲି ଆଇନଜୀବୀମାନେ ସୂଚନା ଦେଇଛନ୍ତି। ଏହି ବନ୍ଦକୁ ସଫଳ କରିବାକୁ ସିଏସି କୋର କମିଟି ସଭ୍ୟମାନେ ବିଭିନ୍ନ ଜିଲାକୁ ଯାଇ ସେଠାକାର ଓକିଲ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି।
ଅନ୍ୟପକ୍ଷେ ସୁବର୍ଣ୍ଣପୁର ଜିଲା ଓକିଲ ସଂଘ ଏହି ବନ୍ଦରେ ସାମିଲ ହେବନାହିଁ ବୋଲି ସଂଘର ସମ୍ପାଦକ ଗଦାଧର ନେଗୀ କହିଛନ୍ତି। ଜିଲା ଓକିଲ ସଂଘ ଆନ୍ଦୋଳନର ନେତୃତ୍ୱ ନ ନେବା ଓ କୌଣସି ସଙ୍ଗଠନ ଆଗକୁ ନ ଆସିବା ଫଳରେ ବନ୍ଦକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri