ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଅସହ୍ୟ ତାତିରୁ ମୁକ୍ତି ପାଇଛନ୍ତି ରାଜ୍ୟବାସୀ। ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଯୋଗୁ ଲୋକେ ଛଟପଟ ହେଉଥିଲେ। କିନ୍ତୁ ଗୁରୁବାର ପାଗରେ ପରିବର୍ତ୍ତନ ହୋଇଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହରରେ ବର୍ଷା ହୋଇଥିଲା। କୋହଲା ପାଗକୁ ବର୍ଷା ଲୋକଙ୍କୁ ଆଶ୍ୱସ୍ତି ଦେଇଥିଲା। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସହରରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ୭ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଠାରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଏଥିପାଇଁ ଏହି ୭ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଯେଉଁଭଳି ଥିଲା, ସେମିତି ରହିଥିଲା। ଗୁରୁବାର ୯ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସୋନପୁର ୪୫ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସମ୍ବଲପୁର ୪୩.୯, ବଲାଙ୍ଗୀର ୪୩, ଭବାନୀପାଟଣା ୪୨.୬, ହୀରାକୁଦ ୪୨.୧, ଝାରସୁଗୁଡ଼ା ୪୨, ଫୁଲବାଣୀ ୪୧.୫, ମାଲକାନଗିରି ୪୧ ଓ କେନ୍ଦୁଝରରେ ୪୦ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୫.୮ ଏବଂ କଟକରେ ୩୫.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri