ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରିରେ ସର୍ବାଧିକ ୭୦.୨ ମିଲିମିଟର ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ୪୯, କୋରାପୁଟରେ ୪୬.୨, ପୁରୀରେ ୩୦.୭, ଅନୁଗୋଳରେ ୨୪, କଟକରେ ୨୦.୪, ବାରିପଦାରେ ୧୪.୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଭୁବନେଶ୍ୱର, ବାଲେଶ୍ୱର, ଚାନ୍ଦବାଲି, ପାରାଦୀପ, ସୁନ୍ଦରଗଡ଼, ଭବାନୀପାଟଣା, ଟିଟିଲାଗଡ଼, ଦାରିଙ୍ଗବାଡ଼ି, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି। ସୋମବାର ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼ ଓ କଳାହାଣ୍ଡି ଆଦି ୮ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସୋମବାର ଝଡ଼ତୋଫାନ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ ଓ ଢେଙ୍କାନାଳ ଆଦି ୬ ଜିଲା ଏବଂ ଗୁରୁବାର କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୋଳ, କଟକ, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ସୋନପୁର ଆଦି ୧୨ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri