ଆଜିଠାରୁ ଓର୍‌ମାସ ଶିଶିର ସରସ ମେଳା

ଭୁବନେଶ୍ୱର,୧୩।୧:ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓର୍‌ମାସ ଦ୍ୱାରା ଜାତୀୟସ୍ତରୀୟ ହସ୍ତଶିଳ୍ପ ମେଳା ଶିଶିର ସରସ-୨୦୨୩ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଜାନୁୟରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଏହି ମେଳା ଭୁବନେଶ୍ୱରରେ ଆୟୋଜନ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ହକି ବିଶ୍ୱକପ୍‌ ପରିବେଶକୁ ଉତ୍ସବମୁଖର କରିବା ପାଇଁ ରାଉରକେଲାଠାରେ ମଧ୍ୟ ଆଞ୍ଚଳକି ସରସ ମେଳା ଜାନୁୟରୀ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ହେବ। ଅପରପକ୍ଷରେ ୩୦ ଜିଲାରେ ମଧ୍ୟ ପଲ୍ଲିଶ୍ରୀ ମେଳା ଏବଂ ଜିଲା ମହୋତ୍ସବର ଆୟୋଜନ କରାଯାଉଛି। ମେଳାକୁ ଅଧିକ ଆକର୍ଷଣୀୟ ଏବଂ ଚିତ୍ତାକର୍ଷକ କରିବା ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ମଧ୍ୟ ନିଆଯାଉଛି। ଭୁବନେଶ୍ୱର ଶିଶିର ସରସ ମେଳା ସ୍ଥାନୀୟ ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆଠାରେ ଆୟୋଜନ ହେବ। ଏହି ୧୭ ଦିନିଆ ଜାତୀୟସ୍ତରୀୟ ହସ୍ତଶିଳ୍ପ ମେଳାରେ ମୋଟ ୩୫୦ଟି ଷ୍ଟଲ୍‌ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରୁ ଏସ୍‌ଏଚ୍‌ଜି ଗୁଡ଼ିକର ହାତତିଆରି ସାମଗ୍ରୀ ଏବଂ ୨୪ଟି ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ଷ୍ଟଲ୍‌ ପଡ଼ିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମେଳାର ପ୍ରତି ସନ୍ଧ୍ୟାରେ ନାମୀଦାମୀ କଳାକାରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ପାଇଁ ମଧ୍ୟ ଯୋଜନା ରହିଛି। ଏଥର ମେଳାରେ ଗାୟକ ଋତୁରାଜ ମହାନ୍ତିଙ୍କ ସମେତ ଓଡ଼ିଆ ସଙ୍ଗୀତ ଜଗତର ବହୁ ନାମୀଦାମୀ ଗାୟକଗାୟିକା ଓ ନୃତ୍ୟଶିଳ୍ପୀ ସେମାନଙ୍କ କାର୍ଯ୍ୟକ୍ରମ ପରିବେଷଣ କରିବେ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଏଥିର ଶିଶିର ସରସ ମେଳାରେ ଯେଭଳି ଦିବ୍ୟାଙ୍ଗମାନେ ସହଜରେ ବୁଲାବୁଲି କରିପାରିବେ ସେଥିପାଇଁ ଓର୍‌ମାସ ପକ୍ଷରୁ ବ୍ୟାଟେରିଚାଳତି କାର୍‌, ହୁଇଲ ଚେୟାର ଏବଂ ଭଲ୍ୟୁଣ୍ଟିୟର ବ୍ୟବସ୍ଥା ମଧ୍ୟ କରାଯାଇଛି। ଅପରପକ୍ଷରେ ପ୍ରତିଦିନ ପୂର୍ବାହ୍ନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ମେଳା ପରିସର ଖୋଲା ରହିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri