Posted inଖେଳ

ଆଜିଠାରୁ ଟ୍ରେନିଂ ଆରମ୍ଭ କରିବେ ଶ୍ରୀଲଙ୍କା କ୍ରିକେଟର

କଲମ୍ବୋ,୩୧।୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ଜାରି ରହିଥିବା ବେଳେ ୧୩ ଶ୍ରୀଲଙ୍କା କ୍ରିକେଟରଙ୍କୁ ନେଇ ଏକ ଗ୍ରୁପ୍‌ ସୋମବାରଠାରୁ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ଖେଳାଳି ବୋଲର ବୋଲି ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ତରଫରୁ କୁହାଯାଇଛି। କଲମ୍ବୋ କ୍ରିକେଟ କ୍ଲବ୍‌ରେ ଆଗଧାଡିର ଏହି ୧୩ଜଣ କ୍ରିକେଟର ରେସିଡେନ୍ସିଆଲ ଟ୍ରେନିଂ କ୍ୟାମ୍ପରେ ଅଭ୍ୟାସ ଆରମ୍ଭ କରିବେ ବୋଲି ଏସ୍‌ଏଲ୍‌ସି କହିଛି। ୩ଟି ଟାକ ଫର୍ମାଟକୁ ଦୃଷ୍ଟିରେ ରଖି ଟ୍ରେନିଂ ପାଇଁ ଏହି ଖେଳାଳିମାନଙ୍କୁ ଚୟନ କରାଯାଇଛି। ଏମାନଙ୍କ ମଧ୍ୟରେ ଅଧିକାଂଶ ବୋଲର ରହିଛନ୍ତି। କାରଣ ମ୍ୟାଚ୍‌ରେ ଭାଗ ନେବା ପୂର୍ବରୁ ବୋଲରମାନେ ଫିଟ୍‌ ହେବା ପାଇଁ ଓ ଫର୍ମକୁ ଫେରିବା ପାଇଁ ଅଧିକ ସମୟ ନେଇଥାନ୍ତି ବୋଲି ବୋର୍ଡ ତରଫରୁ କୁହାଯାଇଛି।
୪ଜଣ ସଦସ୍ୟଙ୍କୁ ନେଇ କୋଚିଂ ଷ୍ଟାଫ୍‌ ଏହି ଟ୍ରେନିଂ କ୍ୟାମ୍ପର ତଦାରଖ କରିବେ। କୋଭିଡ୍‌-୧୯ ପାଇଁ ସରକାରଙ୍କ ତରଫରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମାକୁ ମାନିବା ପାଇଁ ଖେଳାଳିମାନଙ୍କୁ କୁହାଯାଇଛି। ପୂର୍ବରୁ ଇଂଲଣ୍ଡ କ୍ରିକେଟରମାନେ ପ୍ରଥମେ ଟ୍ରେନିଂ ପାଇଁ ପଡିଆକୁ ଓହ୍ଲାଇଥିଲେ। ଆଗକୁ କେତୋଟି ସିରିଜ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବାରୁ ଖେଳାଳିଙ୍କ ଟ୍ରେନିଂକୁ ଏସ୍‌ଏଲ୍‌ସି ଗୁରୁତ୍ୱ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri