ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ

ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର ସହ ସମସ୍ତ ଭୋଟର ସହାୟତା କେନ୍ଦ୍ରରେ ଏହାର ସୁବିଧା ଭୋଟରମାନେ ନେବାକୁ ଜିଲାପାଳ ରଞ୍ଜନ କୁମାର ଦାସ ଅନୁରୋଧ କରିଛନ୍ତି। ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ ଓ ଭୋଟରଙ୍କର ଅନୁଧ୍ୟାନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲାପାଳ ଦାସ ଜିଲାରେ ଏହି ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ସମୟରେ ଭୋଟରମାନେ ସେମାନଙ୍କ ତ୍ରୁଟିକୁ ସଂଶୋଧନ କରାଇପାରିବେ। ୨୦୧୯ ଜାନୁୟାରୀ ୧କୁ ଯେଉଁମାନଙ୍କୁ ୧୮ ବର୍ଷ ବା ତଦୁଦ୍ଧର୍‌ବ ହେଉଥିବ ସେମାନେ ସେମାନଙ୍କର କୌଣସି ଏକ ପ୍ରମାଣ ପତ୍ର ଓ ଫଟୋ ପ୍ରଦାନ କରି ଭୋଟର ତାଲିକାରେ ନାମ ଅନ୍ତର୍ଭୁକ୍ତ କରିପାରିବେ। ଭୋଟର କେନ୍ଦ୍ର ସହ ସମସ୍ତ ବ୍ଲକ, ତହସିଲ, ପୈାର ପରିଷଦ ଓ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭୋଟର ସହାୟତା କେନ୍ଦ୍ରରେ ମଧ୍ୟ ଭୋଟରମାନେ ସହାୟତା ପାଇପାରିବେ। ଏ ସମ୍ପର୍କରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବିସ୍ତୃତ ସୂଚନା ଦେଇଥିଲେ। ବିଏଲଓ ଏବଂ ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀମାନେ ସୋସିଆଲ ମିଡିଆରେ ବିଭିନ୍ନ ସୂଚନା ଭୋଟରଙ୍କୁ ପ୍ରଦାନ କରିବେ। ମୃତ, ସ୍ଥାନନ୍ତର ଇତ୍ୟାଦି ଭୋଟରଙ୍କୁ ଚିହ୍ନଟ କରି ବାଦ ଦିଆଯିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଡେପୁଟୀ କଲେକ୍ଟର କାଜଲ ପ୍ରଧାନ, ଡେପୁଟୀ କଲେକ୍ଟର ପ୍ରଜ୍ଞା ହୋତା, ସହକାରୀ ଜିଲାପାଳ ତିଳୋତ୍ତମା ପୃଷ୍ଟି, ସମସ୍ତ ତହସିଲଦାର, ବିଡିଓ, ପୈାର ନିର୍ବାହୀ ଅଧିକାରୀଙ୍କ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?