ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା

ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ, ସୋଲଡ଼ା, ଗୋପାଳପ୍ରସାଦ, ଡଅଁରା ଆଦି ଗ୍ରାମ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ମା’ଙ୍କ ଏହି ଉତ୍ସବରେ ପ୍ରାୟ ୬ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ଓ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ମନ୍ଦିର ପୂର୍ବଦିଗର ୩ଶହ ମିଟର ଦୂରରେ ଏଥର ମା’ଙ୍କ ଉଭାସ୍ଥଳୀ ଚିହ୍ନଟ ହୋଇଥିବାରୁ ସେଠାରେ ପୂଜାର୍ଚ୍ଚନା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ବିଶେଷକରି ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍‌ ନିର୍ମାଣ ସହ ଖରାରୁ ରକ୍ଷା ପାଇଁ ସିଲିଂ କରାଯାଇଛି। ପୂଜାସ୍ଥଳରେ ପଲିଥିନ ନିଷେଧ କରାଯାଇଛି। ମା’ କରଡେଇ ମନ୍ଦିର ନିକଟସ୍ଥ ପଡ଼ିଆରେ ପାର୍କିଂ ବ୍ୟବସ୍ଥା ହୋଇଛି। ବିଭିନ୍ନ ଛକରେ ଓ୍ବାନ୍‌ଓ୍ବେ ଟ୍ରାଫିକ କରାଯାଇଛି। ଭିଡ଼ ତଥା ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ସହ ଆବଶ୍ୟକସ୍ଥଳେ ଏମ୍‌ସିଏଲ୍‌ ସୁରକ୍ଷା କର୍ମୀମାନଙ୍କୁ ପ୍ରସ୍ତୁତ ରଖାଯାଇଛି। ଅଂଶୁଘାତ ଚିକିତ୍ସାକେନ୍ଦ୍ର ସହ ସିସିଟିଭି କ୍ୟାମେରା ଲଗାଯାଇଛି। ମା’ଙ୍କ ମନ୍ଦିର ପରିସରରେ ଉଜ୍ଜ୍ୱଳ ଆଲୋକ ପାଇଁ ୮ଟି ହାଇମାଷ୍ଟ ଲାଇଟ୍‌ ଓ ତୈଳ ନିଗମ ପକ୍ଷରୁ ପୀଠ ଚତୁଃପାର୍ଶ୍ୱରେ ସୋଲାର ଏଲଇଡି ଲଗାଯାଇଛି। ତାଳଚେର, ଅନୁଗୋଳ, କଣିହଁା, ଛେଣ୍ଡିପଦା ଅଞ୍ଚଳକୁ ସଂଯୋଗ କରୁଥିବା ରାସ୍ତାରେ ଆସୁଥିବା ଭକ୍ତଙ୍କୁ ପାଣି, ପଣା ବଣ୍ଟନ ବ୍ୟବସ୍ଥା କରାଯାଇଛି। ସେହିପରି ୯ ଦିନ ଧରି ଚାଲିବାକୁ ଥିବା ଲୋକ ମହୋତ୍ସବ ପାଇଁ ମନ୍ଦିର ପଛ ପାର୍ଶ୍ୱରେ ଏକ ବିରାଟ ମଣ୍ଡପ ନିର୍ମାଣ ହୋଇଛି। ରାଜ୍ୟ ତଥା ରାଜ୍ୟ ବାହାରର ବହୁ ପ୍ରତିଷ୍ଠିତ କଳାକାର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଯାତ୍ରା ସୁପରିଚାଳନା ପାଇଁ ବିଭିନ୍ନ ସବ୍‌କମିଟି ଗଠନ କରାଯାଇଛି। ତାଳଚେର ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ପରେଶ ଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ପରିଚାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri