ଆଜିଠାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ରବି ଧାନ ଅମଳ ୪୦ ପ୍ରତିଶତ ଶେଷ ହୋଇଛି। ବୁଧବାରଠାରୁ ରାଜ୍ୟର ୧୭ଟି ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ମୁଗ, ବିରି, କୋଳଥ,ଚଣା ଆଦି ଡାଲିଜାତୀୟ ଏବଂ ତୈଳବୀଜ ଫସଲ କ୍ରୟ ପ୍ରକ୍ରିୟା ମଧ୍ୟ ଚଳିତ ମାସ ୭ ତାରିଖରୁ ଆରମ୍ଭ କରାଯିବ। ମଙ୍ଗଳବାର ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସହ କୋଭିଡ୍‌-୧୯ ସଂକ୍ରମଣ ଓ ତଜ୍ଜନିତ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲାବେଳେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖରିଫ ଋତୁରେ ଅଣଧାନ ଚାଷ ଉପରେ ଗୁରୁତ୍ୱ ଦେବା ନେଇ ବୈଠକରେ ଆଲୋଚନା ହୋଇଛି। କୃଷିକ୍ଷେତ୍ର ପାଇଁ ଶ୍ରମିକ ସମସ୍ୟା ନାହିଁ ବୋଲି ବୈଠକରେ ସୂଚନା ଦିଆଯାଇଛି। ସେହିପରି ଚଳିତବର୍ଷ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ୧ ଲକ୍ଷ ପୋଖରୀ ଖୋଳାଯିବ। କରୋନା ଯୋଗୁ କାମଧନ୍ଦା ହରାଇଥିବା ଗ୍ରାମାଞ୍ଚଳର ଶ୍ରମିକମାନେ ଏହି କାର୍ଯ୍ୟରେ ନିୟୋଜିତ ହେବେ। ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଶିଳ୍ପଗୁଡ଼ିକର ସମସ୍ୟା ସମ୍ପର୍କରେ ସରକାର ଚାମ୍ବର ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି, ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଏବଂ ବ୍ୟାଙ୍କଗୁଡ଼ିକ ସହିତ ଖୁବ୍‌ଶୀଘ୍ର ଆଲୋଚନା କରିବେ। ଏଥିସହିତ ଜାପାନ, କୋରିଆ ଏବଂ ଆମେରିକାରୁ ଯେପରି ଅଧିକ ପୁଞ୍ଜି ରାଜ୍ୟକୁ ଆସିପାରିବ ସେଥିପାଇଁ କଥାବାର୍ତ୍ତା ଆରମ୍ଭ ହୋଇଥିବା ବୈଠକରେ ସୂଚନା ଦିଆଯାଇଛି। ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି। ଘରୋଇ ହିଂସା ରୋକିବାକୁୁ ପୋଲିସ ୫୬୪୯ଜଣଙ୍କ ସହ ଯୋଗାଯୋଗ କରିଛନ୍ତି। ସେଥିରୁ ମାତ୍ର ୧ ପ୍ରତିଶତ ଅଭିଯୋଗ ଆସିଥିଲା। ସେସବୁର ସମାଧାନ କରାଯାଇଛି। ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ୬୫୦୦ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ ୪୭ ହଜାର ଗାଡ଼ି ଜବତ କରି ଫେରାଇ ଦିଆଯାଇଥିବା ବୈଠକରେ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri