ଆଜିଠୁ ଅଫିସ ଆସିବେ ସବୁ ସରକାରୀ କର୍ମଚାରୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ କର୍ମଚାରୀମାନଙ୍କ ଅଫିସ ଆସିବା ଉପରେ ସରକାର କଟକଣା ଲଗାଇଥିଲେ। ଏହି ନିର୍ଦ୍ଦେଶକୁ ରାଜ୍ୟ ସରକାର ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ମଙ୍ଗଳବାରଠାରୁ ସମସ୍ତ କର୍ମଚାରୀ ଅଫିସ ଆସିବେ। ମାତ୍ର କର୍ମଚାରୀମାନଙ୍କୁ ସାମାଜିକ ଦୂରତା ନିୟମ କଡ଼ାକଡ଼ିଭାବେ ପାଳନ କରିବା ପାଇଁ କୁହାଯାଇଛି। ସମସ୍ତ ସରକାରୀ ବିଭାଗ ଏବଂ ଏହାର ଜିଲା, ବ୍ଲକ, ପଞ୍ଚାୟତସ୍ତରର କାର୍ଯ୍ୟାଳୟଗୁଡିକର ସମସ୍ତ କର୍ମଚାରୀ ଏହି ନିୟମକୁ ପାଳନ କରିବେ ବୋଲି ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଯେଉଁ କର୍ମଚାରୀମାନେ ଇନ୍‌ଫ୍ଲୁଏଞ୍ଜା ଯୋଗୁ ଅସୁସ୍ଥ ଥିବେ କିମ୍ବା ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଗୁରୁତର ସମସ୍ୟା ଅନୁଭବ କରୁଥିବେ ସେମାନେ ଅଫିସ ଆସିବେ ନାହିଁ। ସେମାନେ ଛୁଟି ପାଇଁ ଆବେଦନକରି ଘରେ ରହିଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri