ଆଜିଠୁ ଇ-ଟିକେଟରେ ଆଦାୟ ହେବ ସର୍ଭିସ ଚାର୍ଜ; ଅଣ ଏସିରେ ୧୫, ଏସିରେ ୩୦ଲାଗିବ

ନୂଆଦିଲ୍ଲୀ,୧-୯: ରବିବାରଠାରୁ ଆଇଆର୍‌ସିଟିସିରୁ ଇ-ଟିକେଟ କିଣିବା ମହଙ୍ଗା ହେବ। ସେପ୍ଟେମ୍ବର ପହିଲାରୁ ଇ-ଟିକେଟ ଉପରେ ସର୍ଭିସ ଚାର୍ଜ ଆଦାୟ କରାଯିବ ବୋଲି ରେଲଓ୍ବେ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ଆଇଆର୍‌ସିଟିସି ପକ୍ଷରୁ ଗତ ୩୦ରେ ଏ ସମ୍ପର୍କରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ତଦନୁଯାୟୀ ଅଣ ଏସି ଶ୍ରେଣୀ ଲାଗି ୧୫ ଓ ଏସି ପାଇଁ ୩୦ ଟଙ୍କା ସର୍ଭିସ ଚାର୍ଜ ଆଦାୟ କରାଯିବ। ଏହା ଉପରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ସ୍ବତନ୍ତ୍ର ଭାବେ ଆଦାୟ କରାଯିବ। ସୂଚନାଥାଉ କି, ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବାକୁ ଯାଇ ମୋଦି ସରକାର ୩ ବର୍ଷ ପୂର୍ବେ ସର୍ଭିସ ଚାର୍ଜକୁ ପ୍ରତ୍ୟାହାର କରିନେଇଥିଲେ। ପୂର୍ବରୁ ଅଣ ଏସି ଶ୍ରେଣୀରେ ଇ-ଟିକେଟ ଉପରେ ୨୦ ଟଙ୍କା ଓ ସମସ୍ତ ପ୍ରକାର ଏସି ଶ୍ରେଣୀ ପାଇଁ ୪୦ ଟଙ୍କା ଆଦାୟ କରାଯାଉଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ କୁହାଯାଇଥିଲା ଯେ, ସର୍ଭିସ ଚାର୍ଜ ପ୍ରତ୍ୟାହାର କରିବା ଅସ୍ଥାୟୀ ନିଷ୍ପତ୍ତି। ଏହାକୁ ଯେକୌଣସି ସମୟରେ ଲାଗୁ କରାଯିବ। ଅଧିକାରୀଙ୍କ କହିବାନୁଯାୟୀ, ସର୍ଭିସ ଚାର୍ଜ ପ୍ରତ୍ୟାହାର କରାଯିବା ପରେ ଆର୍ଥିକ ବର୍ଷ ୨୦୧୬-୧୭ରେ ଆଇଆର୍‌ସିଟିସିର ଇଣ୍ଟରନେଟ ଟିକେଟ ରାଜସ୍ବ ଆଦାୟ ୨୬% ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri