ଆଜିଠୁ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ : ଭୁବନେଶ୍ୱରରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍‌ଆଇଏଚ୍‌ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ପାଇଁ ଷ୍ଟାଡିୟମ୍‌ ଭିତରେ ଓ ବାହାରେ ଗହଳି ଲାଗି ରହିବ। ସହରରେ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଟକଣା ଲାଗୁ କରାଯାଇଛି। ବିଦ୍ୟୁତ୍‌ ମାର୍ଗର ଶାସ୍ତ୍ରୀନଗର ଛକରୁ ଜୟଦେବ ବିହାର ଛକ ମଧ୍ୟରେ କୌଣସି ଅନଧିକୃତ ଗାଡ଼ି ଚଳାଚଳ ଉପରେ ରୋକ୍‌ ଲଗାଯାଇଛି। ସେହିଭଳି ୧୨୦ ବାଟାଲିୟନରୁ ଆସୁଥିବା ଗାଡ଼ିଗୁଡିକୁ ଶାସ୍ତ୍ରୀନଗର ଛକଠାରୁ ସଚିବାଳୟ ରାସ୍ତାଦେଇ ଛଡ଼ାଯିବ। କଳିଙ୍ଗ ଷ୍ଟାଡିୟମ ପଟୁ ଆସୁଥିବା ଗାଡ଼ିକୁ ଜୟଦେବ ବିହାର ଛକଠାରୁ ଆଚାର୍ଯ୍ୟ ବିହାର ପଟକୁ ଛଡ଼ାଯିବ। ସେହିଭଳି ବାଣୀବିହାର ପଟୁ ଆସୁଥିବା ଗାଡିଗୁଡିକ ଆଚାର୍ଯ୍ୟ ବିହାର-ଜୟଦେବ ବିହାର ମଧ୍ୟରେ ଥିବା ରାସ୍ତା ଦେଇ ଯିବାକୁ ପଡିବ। ଏହି ଗାଡ଼ିଗୁଡିକୁ କଳିଙ୍ଗ ଷ୍ଟାଡିୟମ୍‌ ଆଡ଼କୁ ଛଡାଯିବ ନାହିଁ। ସେହିପରି ଖେଳ ଦେଖିବାକୁ ଆସୁଥିବା ଦର୍ଶକମାନେ ୩ ନମ୍ବର ଗେଟ ଦେଇ ଷ୍ଟାଡିୟମ ଭିତରକୁ ପ୍ରବେଶ କରିବେ ଓ ସେଠାରେ ସ୍କାଇଡିଂ ଗେଟ୍‌ ଇ ବ୍ୟବହାର କରି ଗାଡି ପାର୍କିଂ କରିପାରିବେ। ଏଜି କଲୋନୀ ପଟୁ ଆସୁଥିବା ଦର୍ଶକମାନେ ଫୁଟ୍‌ ଓଭରବ୍ରିଜ ବ୍ୟବହାର କରି ଷ୍ଟାଡିୟମ୍‌ରେ ପ୍ରବେଶ କରିପାରିବେ। ଏହି କଟକଣା ୧ ଓ ୨ ତାରିଖ ଦୁଇଦିନ ରହିବ ବୋଲି କମିଶନରେଟ ପୋଲିସ ବିଜ୍ଞପ୍ତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri