ଆଜିଠୁ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ : ଭୁବନେଶ୍ୱରରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍‌ଆଇଏଚ୍‌ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ପାଇଁ ଷ୍ଟାଡିୟମ୍‌ ଭିତରେ ଓ ବାହାରେ ଗହଳି ଲାଗି ରହିବ। ସହରରେ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଟକଣା ଲାଗୁ କରାଯାଇଛି। ବିଦ୍ୟୁତ୍‌ ମାର୍ଗର ଶାସ୍ତ୍ରୀନଗର ଛକରୁ ଜୟଦେବ ବିହାର ଛକ ମଧ୍ୟରେ କୌଣସି ଅନଧିକୃତ ଗାଡ଼ି ଚଳାଚଳ ଉପରେ ରୋକ୍‌ ଲଗାଯାଇଛି। ସେହିଭଳି ୧୨୦ ବାଟାଲିୟନରୁ ଆସୁଥିବା ଗାଡ଼ିଗୁଡିକୁ ଶାସ୍ତ୍ରୀନଗର ଛକଠାରୁ ସଚିବାଳୟ ରାସ୍ତାଦେଇ ଛଡ଼ାଯିବ। କଳିଙ୍ଗ ଷ୍ଟାଡିୟମ ପଟୁ ଆସୁଥିବା ଗାଡ଼ିକୁ ଜୟଦେବ ବିହାର ଛକଠାରୁ ଆଚାର୍ଯ୍ୟ ବିହାର ପଟକୁ ଛଡ଼ାଯିବ। ସେହିଭଳି ବାଣୀବିହାର ପଟୁ ଆସୁଥିବା ଗାଡିଗୁଡିକ ଆଚାର୍ଯ୍ୟ ବିହାର-ଜୟଦେବ ବିହାର ମଧ୍ୟରେ ଥିବା ରାସ୍ତା ଦେଇ ଯିବାକୁ ପଡିବ। ଏହି ଗାଡ଼ିଗୁଡିକୁ କଳିଙ୍ଗ ଷ୍ଟାଡିୟମ୍‌ ଆଡ଼କୁ ଛଡାଯିବ ନାହିଁ। ସେହିପରି ଖେଳ ଦେଖିବାକୁ ଆସୁଥିବା ଦର୍ଶକମାନେ ୩ ନମ୍ବର ଗେଟ ଦେଇ ଷ୍ଟାଡିୟମ ଭିତରକୁ ପ୍ରବେଶ କରିବେ ଓ ସେଠାରେ ସ୍କାଇଡିଂ ଗେଟ୍‌ ଇ ବ୍ୟବହାର କରି ଗାଡି ପାର୍କିଂ କରିପାରିବେ। ଏଜି କଲୋନୀ ପଟୁ ଆସୁଥିବା ଦର୍ଶକମାନେ ଫୁଟ୍‌ ଓଭରବ୍ରିଜ ବ୍ୟବହାର କରି ଷ୍ଟାଡିୟମ୍‌ରେ ପ୍ରବେଶ କରିପାରିବେ। ଏହି କଟକଣା ୧ ଓ ୨ ତାରିଖ ଦୁଇଦିନ ରହିବ ବୋଲି କମିଶନରେଟ ପୋଲିସ ବିଜ୍ଞପ୍ତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri