ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ ଏବଂ କନିଷ୍ଠ ପ୍ରଶାସନରେ ପଦୋନ୍ନତି କରାଯାଇଥିଲା। ଏପରିକି କିଛିଦିନ ତଳେ ପଦୋନ୍ନତି ପାଇଁ ସ୍ବତନ୍ତ୍ର ଅଦାଲତର ମଧ୍ୟ ଘୋଷଣା କରାଯାଇଛି। କୌଣସି ଯୋଗ୍ୟ କର୍ମଚାରୀ ଯେପରି ଠିକ୍‌ ସମୟରେ ପଦୋନ୍ନତିରୁ ବଞ୍ଚିତ ନ ହୁଅନ୍ତି, ସେଥିଲାଗି ସରକାର ଗୁରୁତ୍ୱ ଦେଇ ଏହି ବ୍ୟବସ୍ଥା କରିବାକୁ ଯାଉଛନ୍ତି। ମଙ୍ଗଳବାର, ବୁଧବାର ଏବଂ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ ବସିବା ପାଇଁ ସ୍ଥିର ହୋଇଛି। ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ଅଧ୍ୟକ୍ଷତାରେ ରବିବାର ସାରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଶେଷରେ ଚୋପ୍ରା କହିଛନ୍ତି ଯେ, ଗତ ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ପାଇବା ପାଇଁ ଯୋଗ୍ୟଥିବା ମାତ୍ର ଏଥିରୁ ବଞ୍ଚିତ ରହିଯାଇଥିବା କର୍ମଚାରୀଙ୍କ ଲାଗି ମଙ୍ଗଳବାର ଠାରୁ ଅଦାଲତ ବସିବ। ଏଥିଲାଗି ଆସିଥିବା ତାଲିକା http://www.gaodisha.gov.in/node/2087ରେ ଅପଲୋଡ୍‌ କରାଯାଇଥିବା ସେ କହିଛନ୍ତି। ୩ଦିନ ପର୍ଯ୍ୟନ୍ତ ପେନ୍‌ସନ ଅଦାଲତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ଗୋପବନ୍ଧୁ ଏକାଡେମୀ, କୃଷିଭବନ, କଳିଙ୍ଗ ଷ୍ଟାଡିୟମ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଏବଂ ଇଡ୍‌କୋ କନ୍‌ଫରେନ୍ସ ହଲ୍‌ ଆଦି ୬ଟି ସ୍ଥାନରେ ଅନୁଷ୍ଠିତ ହେବ। ଏ ସମସ୍ତ ଅଦାଲତ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ଶାସନ ସଚିବସ୍ତରୀୟ ଅଧିକାରୀମାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୋଲି ଚୋପ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri