ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବେ। ଚଳିତ ମାସ ୧୫ ଏବଂ ୧୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ସରକାରଙ୍କ ଦ୍ୱାରା ଆଗତ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ମାସ ୧୮ରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଏହି ବଜେଟ ଅଧିବେଶନ ୨ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି। ତନ୍ମଧ୍ୟରୁ ୨୭ ସରକାରୀ ଦିବସ ଏବଂ ୪ ବେସରକାରୀ ଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଫେବୃୟାରୀ ୧୪ରୁ ଆରମ୍ଭହୋଇ ୨୬ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୨୨ଟି କାର୍ଯ୍ୟ ଦିବସ ରହିଛି।
ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଅପରାହ୍ନରେ ସର୍ବଦଳୀୟ ବୈଠକ ଡକାଇଥିଲେ। ଗୃହର ସମସ୍ତ କାର୍ଯ୍ୟରେ ଉଭୟ ସରକାରୀ ଏବଂ ବିରୋଧୀ ଦଳ ସହଯୋଗ କରିବାକୁ ସେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଅବଗତ କରାଇଛନ୍ତି। ଏହି ଅଧିବେଶନ ପୂର୍ବାପେକ୍ଷା କାଗଜ ବିହୀନ ହେବାକୁ ଯାଉଛି। ବିଧାୟକମାନଙ୍କ ପାଇଁ ଟ୍ୟାବ୍‌ ବ୍ୟବସ୍ଥା କରାଯାଇଛି। ବିଧାୟକମାନେ ଯେପରି ଟେକ୍ନୋଲୋଜି ସହ ନିଜକୁ ଖାପଖୁଆଇ ପାରିବେ, ସେଥିପାଇଁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ବ୍ୟବସ୍ଥା କରାଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି। ବଜେଟ ବିବରଣୀ ପେନ୍‌ଡ୍ରାଇଭ ଜରିଆରେ ସଦସ୍ୟମାନଙ୍କୁ ମଧ୍ୟ ଯୋଗାଇ ଦିଆଯିବ। ଜନପ୍ରତିନିଧିମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଆନ୍ତି। ତେଣୁ ବିଧାନସଭା ମଧ୍ୟରେ ସେମାନଙ୍କ କାର୍ଯ୍ୟାବଳୀ ମାର୍ଜିତ ହେବା ଆବଶ୍ୟକ ବୋଲି ବାଚସ୍ପତି ମତ ରଖିଛନ୍ତି। ବିଧି ଅନୁଯାୟୀ ସେ ସବୁ ପକ୍ଷଙ୍କୁ କହିବାର ସୁଯୋଗ ଦେବେ। ହେଲେ କୌଣସି ଭାବେ ବିରୋଧ କରିବା ପାଇଁ ବାରମ୍ବାର ମଧ୍ୟଭାଗକୁ ନ ଆସିବା ପାଇଁ ବାଚସ୍ପତି ମତ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଜେଡି ବିଧାୟକ ଦେବୀ ମିଶ୍ର, ବିରୋଧୀ ଦଳ ସଚେତକ ମୋହନ ମାଝି, ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟରେ ଫେବୃୟାରୀ ୨୪ରୁ ୨୬ ତାରିଖ ଯାଏ ବଜେଟ ଉପରେ ଆଲୋଚନା ହେବ। ଏହାପରେ ଅଧିବେଶନ ମାର୍ଚ୍ଚ ୧୦ ତାରିଖ ଯାଏ ବନ୍ଦ ରହିବ। ମାର୍ଚ୍ଚ ୧୬ରୁ ୩୦ ଯାଏ ପୁଣି ବଜେଟ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୧ ତାରିଖରେ ୨୦୨୦-୨୧ ଆର୍ଥତ୍କବର୍ଷର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାରେ ଗୃହୀତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri