Posted inଜାତୀୟ

ଆଜିଠୁ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ,୧ା୯: ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଗୋଟିଏ ମାସ ଚାଲିବ। ଏହି ମେଗା ଭୋଟର ଯାଞ୍ଚ କାର୍ଯ୍ୟକ୍ରମରେ ପ୍ରତି ପରିବାରର ଜଣେ ସଦସ୍ୟ ଗୋଟିଏ ୟୁଜର୍‌ ନେମ୍‌ ଓ ପାସ୍‌ଓ୍ବାର୍ଡ ପାଇବେ, ଯାହା ସହାୟତାରେ ସେ ନିଜର ତଥା ପରିବାର ସଦସ୍ୟମାନଙ୍କର ଭୋଟର ପଞ୍ଜୀକରଣ ସମ୍ପର୍କିତ ତଥ୍ୟ ଅପ୍‌ଲୋଡ କରିପାରିବେ ବୋଲି ଜଣେ ନିର୍ବାଚନ ଅଧିକାରୀ କହିଛନ୍ତି। ଏହାକୁ ବ୍ଲକ୍‌ ସ୍ତରୀୟ ଅଧିକାରୀ ଯାଞ୍ଚ କରିବେ। ୨୦୧୯ ଜାନୁୟାରୀ ୧ ସୁଦ୍ଧା ଯେଉଁମାନଙ୍କ ବୟସ ୧୮ ହୋଇଥିବ ସେମାନେ ଭୋଟର ତାଲିକାରେ ନାମ ପଞ୍ଜୀକୃତ କରିପାରିବେ। କୌଣସି ଭୋଟରଙ୍କ ମୃତ୍ୟୁ ହୋଇଥିଲେ ସେମାନଙ୍କ ନାମ ତାଲିକାରୁ କାଟିଦିଆଯିବ। ସେହିପରି କେହି ନିଜର ଠିକଣା କିମ୍ବା ଅନ୍ୟାନ୍ୟ ସଂଶୋଧନ ଚାହିଁଲେ କରିପାରିବେ। ଏଥିପାଇଁ ଭୋଟର ହେଲ୍ପଲାଇନ ଆପ୍‌ କିମ୍ବା ଏନ୍‌ଭିଏସ୍‌ପି ପୋର୍ଟାଲର ସହାୟତା ନେଇପାରିବେ। ଅକ୍ଟୋବର ୧୫ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?