ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍‌ ମୂଲ୍ୟାୟନକାରୀ ଖାତା ଦେଖିବେ। ଏଥିସହ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଏ ନେଇ ସୋମବାର ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ତେବେ ଖାତାଦେଖା ଆରମ୍ଭ ହେବା ପୂର୍ବରୁ ସୋମବାର ମୂଲ୍ୟାୟନ କେନ୍ଦ୍ରଗୁଡ଼ିକୁ ସାନିଟାଇଜ୍‌ କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ରେ ପ୍ରଥମେ ଖାତାଦେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା। କିନ୍ତୁ କରୋନା ଯୋଗୁ ତାହାକୁ ସ୍ଥଗିତ ରଖାଯାଇଥିଲା। ଏହାପରେ ମେ’ ୨୦ରେ ଖାତା ଦେଖା ହେବ ବୋଲି ସ୍ଥିର ହୋଇଥିଲା। ବାତ୍ୟା ଅମ୍ଫନ ଯୋଗୁ ୨୧ ତାରିଖକୁ ଦିନଧାର୍ଯ୍ୟ ହୋଇଥିଲା। ହେଲେ କିଛି ଅଞ୍ଚଳରେ ବାତ୍ୟା ପ୍ରଭାବ ରହିଥିବା ଜଣାପଡ଼ିବା ପରେ ପୁଣି ଖାତାଦେଖାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ପରେ ୨୬ତାରିଖରେ ଖାତା ମୂଲ୍ୟାୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ତେବେ ୪୫ ଦିନ ଭିତରେ ଫଳାଫଳ ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ମହାନ୍ତି କହିଛନ୍ତି, ଚଳିତବର୍ଷ ଭିନ୍ନ ପରିସ୍ଥିତିରେ ଖାତାଦେଖା ହେବାକୁ ଯାଉଛି। ଠିକ୍‌ ସମୟରେ ଖାତାଦେଖା ସାରିବାକୁ ରାଜ୍ୟ ସରକାର, ବୋର୍ଡ ଓ ଶିକ୍ଷକମାନେ ସମନ୍ବୟ ରକ୍ଷା କରି କାମ କରିବା ଦରକାର। ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନର ନିୟମାବଳୀ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହିଁ ଖାତାଦେଖା ହେବ। ସବୁ ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ସାନିଟାଇଜର ରହିବା ଦରକାର। ଏଥିସହ ଖରା ପାଇଁ ଥଣ୍ଡା ପାଣି ବ୍ୟବସ୍ଥା ଓ ଛାଇ ପାଇଁ ଆବଶ୍ୟକ ବନ୍ଦୋବସ୍ତ କରାଯାଉ ବୋଲି ଓଷ୍ଟା ପକ୍ଷରୁ ସରକାରଙ୍କୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri