ଆଜିଠୁ ଯାନବାହନ ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ଜରିମାନା

ଭୁବନେଶ୍ୱର, ୧।୩ (ବ୍ୟୁରୋ): ଯାନବାହନ ମାଲିକ ଓ ଚାଳକଙ୍କୁ ଆଉ ମିଳିବନି ରିହାତି। ମାର୍ଚ୍ଚ ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ରାଜ୍ୟରେ କଡାକଡି ଲାଗୁହେବ। ଲାଇସେନ୍ସ, ଫିଟ୍‌ନେସ, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ ସାର୍ଟିଫିକେଟ (ପିୟୁସି) ନ ଥିଲେ କିମ୍ବା ବିନା ହେଲ୍‌ମେଟ, ବିପରୀତ ଦିଗରୁ ଗାଡି ଚଳାଇଲେ, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ, ମଦ୍ୟପାନ କରି ଗାଡି ଚଳାଇଲେ, ନାବାଳକ ଗାଡି ଚଳାଇଲେ, ଯାନବାହନରେ ଅଧିକ ପରିବହନ କଲେ ମୋଟା ଅଙ୍କର ଜରିମାନା ଦେବାକୁ ପଡିବ। ଗାଡି କାଗଜପତ୍ର ପ୍ରସ୍ତୁତ କରିବାକୁ ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୬ ମାସ ସମୟ ଦେଇଛନ୍ତି। ଆଉ ଅଧିକ ସମୟ ଦିଆଯିବ ନାହିଁ। କଡାକଡି ଯାଞ୍ଚ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ସମଗ୍ର ଦେଶରେ ଦିନକୁ ଦିନ ଦୁର୍ଘଟଣା ହାର ବଢିଚାଲିଛି। ଓଡ଼ିଶାରେ ସର୍ବାଧିକ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ଗତ ୧୦ବର୍ଷ ମଧ୍ୟରେ ଓଡ଼ିଶାରେ ସମୁଦାୟ ୧ ଲକ୍ଷ ୧ ହଜାର ୩୯୫ ସଡକ ଦୁର୍ଘଟଣାରେ ୪୩ ହଜାର ୩୭୧ ଜଣଙ୍କର ଜୀବନ ଯାଇଥିବା ବେଳେ ୧ ଲକ୍ଷ ୧୨ ହଜାର ୫୩୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବଢୁଥିବା ଦୁର୍ଘଟଣାକୁ ନେଇ ସୁପ୍ରିମକୋର୍ଟ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ନେଇ ପଦକ୍ଷେପ ନେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବେପରୁଆ ଗାଡି ଚାଳକଙ୍କ ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ସରକାର ପୁରୁଣା ଆଇନକୁ ସଂଶୋଧନ କରି ଜରିମାନା ରାଶିକୁ ବହୁଗୁଣିତ କରିଛନ୍ତି। ଏହାଛଡା ପ୍ରତ୍ୟେକ ବର୍ଷ ୧୦ ପ୍ରତିଶତ ଦୁର୍ଘଟଣା ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ୍‌ କରିଛନ୍ତି। ହେଲେ ସରକାର ଦୁର୍ଘଟଣା ହାର କମାଇବାରେ ବିଫଳ ହୋଇଛନ୍ତି। ପରିବହନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୭ ଠାରୁ ୨୦୧୮ରେ ଦୁର୍ଘଟଣା ହାର ୧୦.୯୬ ପ୍ରତିଶତ ଅଧିକ ରହିଥିବା ବେଳେ ୨୦୧୯ରେ ୨୦୧୮ ତୁଳନାରେ ୦.୩୪ ପ୍ରତିଶତ ଅଧିକ ରହିଛି। କେବଳ ଗତ ୩ ବର୍ଷ ୨୦୧୭ ଠାରୁ ୨୦୧୯ ମଧ୍ୟରେ ରାଜ୍ୟରେ ସଡକ ଦୁର୍ଘଟଣାରେ ୧୫ ହଜାର ୪୩୮ ଜଣଙ୍କର ମୃତ୍ୟୁ ହୋଇଛି। ୨୦୧୭ରେ ୪୭୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୮ରେ ୫୩୧୫ ଏବଂ ୨୦୧୯ରେ ୫୩୩୩ ଜଣଙ୍କର ଜୀବନ ଚାଲିଯାଇଛି। ଦୁର୍ଘଟଣା ମୁଖ୍ୟତଃ ବେପରୁଆ ଗାଡି ଚାଳନା ଓ ମଦ୍ୟପାନ ଯୋଗୁ ହୋଇଥିବା କୁହାଯାଉଛି। ଏହାକୁ ରୋକିବାକୁ ସଂଶୋଧିତ ମୋଟର ଯାନ ଆଇନକୁ ରାଜ୍ୟରେ କଡାକଡି ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୯ ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଏହି ଆଇନ କାର୍ଯ୍ୟକାରୀ ହେବା ଦିନଠାରୁ ୨୦୨୦ ଜାନୁୟାରୀ ୩୧ ତାରିଖ ମଧ୍ୟରେ ବେପରୁଆ ଗାଡି ଚାଳକ ଓ ବିନା କାଗଜପତ୍ରରେ ଚାଲୁଥିବା ଯାନବାହନଗୁଡିକରୁ ୩୮ କୋଟି ୬୭ ଲକ୍ଷ ୨୫ ହଜାର ଟଙ୍କା ଆଦାୟ ହୋଇଛି। ଏହି ସମୟ ମଧ୍ୟରେ ୪ ଲକ୍ଷ ୧୩ ହଜାର ୯୯୪ ଜଣଙ୍କ ମଧ୍ୟରୁ ୨,୮୭,୯୩୨ ଜଣଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri