ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା ପାଇଁ ୧୮ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ, ଯାହାକି ବଳକା ସିଟ୍‌ର ୫ଗୁଣା ରହିବ। ମନୋନୀତ ଛାତ୍ରୀଛାତ୍ର ୧୮ ତାରିଖ ଅପରାହ୍ନ ସାଢ଼େ ୨ଟାରୁ ୧୯ତାରିଖ ଅପରାହ୍ନ ୪ଟା ଭିତରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୦ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ।
ସୂଚନାଯୋଗ୍ୟ, ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ସିଟ୍‌ ବଳକା ପଡ଼ିଥିବାବେଳେ ବହୁ ଛାତ୍ରୀଛାତ୍ର ବିଭିନ୍ନ କାରଣରୁ ଆବେଦନ କରିପାରି ନ ଥିଲେ। ତେଣୁ ସେମାନଙ୍କୁ ସୁଯୋଗ ଦେବା ପାଇଁ ଗଣଶିକ୍ଷା ବିଭାଗ ପ୍ରଥମଥର ପାଇଁ ଚଳିତବର୍ଷ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ନିଷ୍ପତ୍ତି ନେଇଥିା। ଏଥିପାଇଁ ଗତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri