ଆଜିଠୁ ଲକ୍ଷ୍ୟପତି ଦିଦିଙ୍କୁ ମିଳିବ ଟ୍ରେନିଂ

ଭୁବନେଶ୍ୱର,୧୧।୩ ଆଜିଠୁ ସମସ୍ତ ଜିଲାରେ ଲକ୍ଷପତି ଦିଦି’ କର୍ମଶାଳା ଆରମ୍ଭ ହୋଇଛି । ଏହି କର୍ମଶାଳାରେ ସମ୍ଭାବ୍ୟ ଲକ୍ଷପତି ଦିଦି’ଙ୍କୁ ପ୍ରଶିକ୍ଷଣ ଦିଆଯିବ। ଲକ୍ଷପତି ଦିଦି’ଙ୍କ କ୍ଷମତା ଓ ଦକ୍ଷତା ବୃଦ୍ଧି ପାଇଁ ମିଳିବ ପ୍ରଶିକ୍ଷଣ ଓଡ଼ିଶା ଜୀବିକା ମିଶନରେ କାର୍ଯ୍ୟକାରୀ ହେଉଛି ଯୋଜନା

କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା  ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ଏହି ଯୋଜନା କାର୍ଯ୍ୟକାରୀ କରୁଛନ୍ତି ।  ଏହି କର୍ମଶାଳାରେ ପ୍ରତ୍ୟେକ  ଜିଲାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌, ସମ୍ଭାବ୍ୟ ଲକ୍ଷ୍ୟପତି ଦିଦି ଓ ଲକ୍ଷପତି ଦିଦି ପ୍ରମୁଖ ଉପସ୍ଥିତ ରହିବେ ।  କମ୍ୟୁନିଟି ସପୋର୍ଟ ମାନେ ତୃଣମୂଳ ସ୍ତରରେ କେଉଁଭଳି ଅଧିକରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି ପାଇଁ ଉପଯୁକ୍ତ ପ୍ରଶିକ୍ଷଣ ଦେବେ ସେ ନେଇ କର୍ମଶାଳାରେ ଆଲୋଚନା କରାଯିବ

ଯେଉଁ ମହିଳାମାନେ ଲକ୍ଷପତି ଦିଦି ହୋଇସାରିଛନ୍ତି ସେମାନେ ଏହି କର୍ମଶାଳରେ ପ୍ରେରଣାଦାୟୀ ଆଲୋଚନାରେ ଭାଗ ନେବା ସହ ଅନ୍ୟମାନଙ୍କୁ ଉତ୍ସାହିତ କରିବେ ।  ମହିଳାଙ୍କୁ ସଶକ୍ତ କରିବାକୁ ଏଭଳି ଯୋଜନା କରିଛନ୍ତି କେନ୍ଦ୍ର ସରକାର । ଯୋଜନାରେ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ ଉଦ୍ୟମ ହେଉଛି ।   ସ୍କିଲ ଡେଭଲପମେଣ୍ଟ ଯୋଜନା ମାଧ୍ୟମରେ ଟ୍ରେନିଂ ଦିଆଯାଉଛି ।  ବ୍ୟବସାୟ ବଢ଼ାଇବା ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ଯାଏ ଋଣ ମଧ୍ୟ ଦିଆଯାଉଛି । ୨୦୨୭ ସୁଦ୍ଧା ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର  ।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri