ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା: ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ମଠ ମନ୍ଦିର

ପୁରୀ ଅଫିସ, ୯ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ ହେବ। କେତେକ ମଠରେ ଏହା ପାଞ୍ଚଦିନ ଧରି ଅନୁଷ୍ଠିତ ହେବ ବୋଲି ଜଣାପଡିଛିି। ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣଙ୍କ ବିଳାସମୟ ଦୋଳିଖେଳ। ଭଜନ, କୀର୍ତ୍ତନରେ ଗୁଞ୍ଜରିତ ହେବ ମଠ, ମନ୍ଦିର। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛିି। ତେବେ ମଠ, ମନ୍ଦିର ସଂସ୍କୃତିକୁ ନେଇ ସମୃଦ୍ଧ ଶ୍ରୀକ୍ଷେତ୍ର ଝୁଲଣ ଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛିି। ବିଭିନ୍ନ ଦେବାଳୟରେ ପ୍ରସ୍ତୁତ ହୋଇଯାଇଛି ଝୁଲଣ କୁଞ୍ଜ। କୁଞ୍ଜ ପରିସରକୁ ଜରି ଜମ୍ବୁରାରେ ଆକର୍ଷଣୀୟ ଭାବେ ସଜେଇ ଦିଆଯାଇଛିି। ଏଥିସହ ବିଭିନ୍ନ ପ୍ରକାର ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି କୁଞ୍ଜ ପରିସର। ଏହି ସୁସଜ୍ଜିତ କୁଞ୍ଜରେ ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣ ଦୋଳିରେ ଝୁଲିବେ।
ଶ୍ରୀକ୍ଷେତ୍ରରେ ରହିଛି ଅନେକ ପୁରାତନ ମଠ। ପ୍ରାୟ ଅଧିକାଂଶ ମଠରେ ପୂଜା ପାଉଛନ୍ତି ରାଧାକୃଷ୍ଣ। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ରାଧା ଦାମୋଦରଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁମାନେ ପୁରୀ ଆସିଛନ୍ତିି। ବିଶେଷକରି ଶ୍ରୀକ୍ଷେତ୍ରରେ ଜଗନ୍ନାଥ ବଲ୍ଲଭ ମଠ, ନେବଳ ଦାସ ମଠ, ହରିଦାସ ମଠ, ଉତ୍ତରପାର୍ଶ୍ୱ ମଠ, ଜିୟର ସ୍ବାମୀ, ରାଧାବଲ୍ଲଭ ମଠ, ବଡ଼ ଓଡ଼ିଆ ପ୍ରଭୃତି ମଠରେ ବେଶ୍‌ ଆଡମ୍ବରରେ ଅନୁଷ୍ଠିତ ହେବ ଝୁଲଣ ଯାତ୍ରା। ଏହି ଉପଲକ୍ଷେ ବିଭିନ୍ନ ମଠରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛିି। ନେବଳ ଦାସରେ ୫ ଦିନ ଧରି ଝୁଲଣ ଅନୁଷ୍ଠିତ ହେବ। ବିଭିନ୍ନ ଦିବସରେ ରାଧାକୃଷ୍ଣ, ଲକ୍ଷ୍ମୀ ନାରାୟଣ, ଲକ୍ଷ୍ମୀନୃସିଂହ ଏବଂ ରାମ ଲକ୍ଷ୍ମଣ ସୀତା କୁଞ୍ଜରେ ଦୋଳି ଖେଳିବେ। ପ୍ରତ୍ୟହ ନିତ୍ୟ ଆଳତୀ ପରେ ପ୍ରଭୁଙ୍କ ପାଇଁ ଝୁଲଣ ଆଳତୀ କରାଯିବ। ଏଥିସହ ସ୍ବତନ୍ତ୍ର ଭୋଗ ମଧ୍ୟ ଲାଗି କରାଯିବ। ପ୍ରତ୍ୟହ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ପାଲା, ଦାସକାଠିଆ ଓ ପାରମ୍ପରିକ ଭଜନ ପରିବେଷଣ କରାଯିବ। ଏହାବ୍ୟତୀତ ଅନ୍ୟାନ୍ୟ ମଠ ମନ୍ଦିରରେ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri