ଆଜିଠୁ ସୁବର୍ଣ୍ଣପୁର ଜିଲାରେ ରବିଧାନ ସଂଗ୍ରହ

ସୋନପୁର,୨୨।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ସୋମବାରଠାରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ୬୦ ପ୍ୟାକ୍ସ ଓ ୩୪ ଡବ୍ଲ୍ୟୁଏସ୍‌ଏଚ୍‌ଜି ଜରିଆରେ ଯୋଗାଣ ନିଗମ ପଞ୍ଜୀକୃତ ଚାଷୀଙ୍କ ନିକଟରୁ ଧାନ କିଣିବ। ଆଗକୁ ଆଉ ୩ଟି ଡବ୍ଲ୍ୟୁଏସ୍‌ଏଚ୍‌ଜି ଓ ଗୋଟିଏ ପ୍ୟାକ୍ସ ଧାନ କ୍ରୟ ପ୍ରକ୍ରିୟାରେ ସାମିଲ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଚାଲିଛି। ସୋମବାର ବିନିକା ମାର୍କେଟ୍‌ ୟାର୍ଡ, କଇଁତରା ମାର୍କେଟ୍‌ ୟାର୍ଡ ଓ ଡୁଙ୍ଗୁରିପାଲି ବ୍ଲକର ଦିଗଶିରାରେ ଧାନ କିଣାର ଶୁଭାରମ୍ଭ କରାଯିବ ବୋଲି ଜଣାପଡିଛି। ତେବେ ଅଦିନିଆ ବର୍ଷା ଓ କାଳବୈଶାଖୀକୁ ନେଇ ଚାଷୀ ଚିନ୍ତାରେ ଥିବା ବେଳେ ଏପର୍ଯ୍ୟନ୍ତ ଅନେକ ଚାଷୀଙ୍କ ପାଖକୁ ଧାନ ବିକ୍ରି ପାଇଁ ଉର୍ଦ୍ଦିଷ୍ଟ ଟୋକନ ପହଞ୍ଚତ୍ ପାରିନାହିଁ। ଫଳରେ ଚାଷୀମାନେ ମଣ୍ଡିକୁ କିଭଳି ଧାନ ନେବେ ଚିନ୍ତିତ ହୋଇ ପଡିଛନ୍ତି। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତ୍ତି ଅନୁଯାୟୀ ମଣ୍ଡି ଖୋଲିବାରେ ବିଳମ୍ବ କରା ଯାଇଥିଲେ ସୁଦ୍ଧା ଚାଷୀଙ୍କ ପାଖକୁ ଏପର୍ଯ୍ୟନ୍ତ ଟୋକନ ଆସିନାହିଁ। ଏହି ଘଟଣାରୁ ଧାନ ବିକ୍ରିବଟାରେ ଅବ୍ୟବସ୍ଥା ଆରମ୍ଭରୁ ବାରି ହୋଇପଡିଛି।
ଧାନ ସଂଗ୍ରହ ପାଇଁ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି ଓ ବୀରମହାରାଜପୁର ଆରଏମ୍‌ସି ଅଧୀନରେ ଚଳିତ ଥର ମୋଟ ୧୦୦ଟି ମଣ୍ଡି ଖୋଲିବ। ମଣ୍ଡିଗୁଡିକ ସପ୍ତାହକ ୬ ଦିନ ଖୋଲା ରହିବ। ଧାନର ସର୍ବ ନିମ୍ନ ସହାୟକ ମୂଲ୍ୟ ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨୦୪୦ ଟଙ୍କା ଓ ଗ୍ରେଡ୍‌-ଏ ଧାନ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କା ରହିଛି। ବିକ୍ରି ଧାନର ପ୍ରାପ୍ୟ ପି-ପାସ୍‌(ପେଡି ପ୍ରକ୍ୟୁମେଣ୍ଟ ଅଟୋମେସନ ସିଷ୍ଟମ) ମାଧ୍ୟମରେ ଡାଇରେକ୍ଟ ଫଣ୍ଡ ଟ୍ରାନ୍ସଫର ଜରିଆରେ ଧାନ ବିକ୍ରିର ୨୪ ରୁ ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟରେ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଧାନ ସଂଗ୍ରହ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ସୁବର୍ଣ୍ଣପୁର ଜିଲାର ୫୦ ମିଲର୍ସଙ୍କୁ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ କରାଯାଇଛି। ଜିଲାର ୩୫ ହଜାର ୫୮୫ ଜଣ ଚାଷୀ ରବି ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ମଣ୍ଡିରେ ଆବଶ୍ୟକ ପାନୀୟ ଜଳ, ତାର୍ପୋଲିନ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ଜିତୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର: ଭାଜପା ଶୁଣିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ବିଜୟୀ ହେବା ପରେ ଜନ ସୁରାଜର ସଂସ୍ଥାପକ ପ୍ରଶାନ୍ତ କିଶୋର ଏହି ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri