ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍‌ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ  ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ ଏହା ସୁରଟରେ ପହଞ୍ଚିବ। ଅର୍ଥାତ୍‌ ପୂର୍ବାହ୍ନ ୧୦ଟା ୪୦ ମିନିଟ୍‌ରେ ଏହା ସୁରଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବ।  ସପ୍ତାହକୁ ଦୁଇଦିନ ଏହି ବିମାନ ଚଳାଚଳ କରିବ। ବିମାନଟି ବାଙ୍ଗାଲୋର-ଭୁବନେଶ୍ୱର-ସୁରଟ ଯାତ୍ରା କରିବ। ବାଙ୍ଗାଲୋରରୁ ପ୍ରତି ସୋମବାର ଓ ଗୁରୁବାର ସକାଳ ୬ଟା ୧୦ମିନିଟ୍‌ରୁ ବିମାନଟି ବାହାରି ଭୁବନେଶ୍ୱରରେ ୮ଟା ୧୦ରେ ପହଞ୍ଚିବ। ଭୁବନେଶ୍ୱରରେ ଅଧଘଣ୍ଟା ରହିବା ପରେ ସକାଳ ୮ଟା ୪୦ମିନିଟ୍‌ରେ ସୁରଟ ଅଭିମୁଖେ ଉଡ଼ାଣ କରିବ। ସେହିପରି ପ୍ରତି ଶୁକ୍ରବାର ଓ ରବିବାର ବାଙ୍ଗାଲୋରରୁ ସକାଳ ୬ଟା ୧୦ରେ ବାହାରି ସୁରଟରେ ୮ଟାରେ ପହଞ୍ଚିବ। ସେଠାରେ ଅଧଘଣ୍ଟା ରହି ପୁଣି ୮ଟା ୩୦ରେ ଭୁବନେଶ୍ୱରକୁ ଆସିବ। ଭୁବନେଶ୍ୱରରେ ୧୦ଟା ୩୦ମିନିଟ୍‌ରେ ବିମାନଟି ଅବତରଣ କରିବ। ଭୁବନେଶ୍ୱରରୁ ସୁରଟକୁ ଅତି କମ୍‌ରେ ୪୫୦୩ ଟଙ୍କା ଭଡ଼ା ରହିଥିବାବେଳେ ସୁରଟରୁ ଭୁବନେଶ୍ୱରକୁ ଅତି କମ୍‌ରେ ୪୨୧୩ ଟଙ୍କା ରହିଛି। ସୂଚନାଯୋଗ୍ୟ, ପୂର୍ବରୁ ଭୁବନେଶ୍ୱରରୁ ସୁରଟକୁ ଯିବା ପାଇଁ ହେଲେ ଦିଲ୍ଲୀ ଯିବାକୁ ହେଉଥିଲା। ଯେହେତୁ ସୁରଟରେ ଅନେକ ଓଡ଼ିଆ ଲୋକ ବସବାସ କରୁଛନ୍ତି ତେଣୁ ତାଙ୍କ ସ୍ବାର୍ଥ ପାଇଁ ଏହି ଦୁଇଟି ସ୍ଥାନ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏହାପରେ ଏୟାର-ଇଣ୍ଡିଆ ଏହି ସୁବିଧା ଯୋଗାଇବା ପାଇଁ ଇଚ୍ଛା ପ୍ରକାଶ କରିଥିଲା। ପରେ ପରେ ଏହି ବିମାନ ଚଳାଚଳ ହେବ ବୋଲି ବେସାମରିକ ବିମାନ ଚଳାଚଳ ବିଭାଗ ଯୁଗ୍ମ ସଚିବ ଉଷା ପାଢ଼ୀ ଟୁଇଟ୍‌ ଯୋଗେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri