Posted inଖେଳ

ଆଜିର ଦିନରେ ଓଡିଆଇ କ୍ରିକେଟରେ ସର୍ବାଧିକ ରନ୍‌ କରିଥିଲେ ରୋହିତ

ନୂଆଦିଲ୍ଲୀ,୧୩।୧୧- ହିଟ୍‌ମ୍ୟାନ ଭାବେ ପରିଚିତ ଭାରତୀୟ ଓପନର ରୋହିତ ଶର୍ମା ଆଜକୁ ଠିକ୍‌ ୫ ବର୍ଷ ତଳେ ଅର୍ଥାତ୍‌ ୨୦୧୪ ନଭେମ୍ବର ୧୩ ତାରିଖରେ ଅନ୍ତର୍ଜାତୀୟ ଦିନିକିଆ (ଓଡିଆଇ) କ୍ରିକେଟର ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିଲେ। କଲିକତାସ୍ଥିତ ଐତିହାସିକ ଇଡେନ୍‌ ଗାର୍ଡେନ୍ସଠାରେ ଶ୍ରୀଲଙ୍କା ବିପକ୍ଷରେ ରୋହିତ ୨୬୪ ରନ୍‌ର ଇନିଂସ ଖେଳିଥିଲେ। ଏହି ରେକର୍ଡ ଏବେ ମଧ୍ୟ ତିଷ୍ଠି ରହିଛି। ମାତ୍ର ୪ ରନ୍‌ କରିଥିବାବେଳେ ଜୀବନଦାନ ପାଇଥିବା ୩୨ ବର୍ଷୀୟ ଓପନର ପରବର୍ତ୍ତୀ ସମୟରେ ଶ୍ରୀଲଙ୍କା ବୋଲରଙ୍କୁ ନିର୍ଧୂମ ଛେଚିଥିଲେ। ତାଙ୍କର ଏହି ବିସ୍ଫୋରକ ଇନିଂସରେ ଥିଲା ୩୩ ଚୌକା ଓ ୯ ଛକା। ଏ ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୁଧବାର ଟୁଇଟ୍‌ କରି ସୂଚନା ଦେଇଛି। ଏଥିଯୋଗୁ ଭାରତୀୟ ଦଳ ଧାର୍ଯ୍ୟ ୫୦ ଓଭରରେ ୫ ଉଇକେଟ ହରାଇ ୪୦୪ ରନ୍‌ କରିଥିଲା। ରୋହିତ ଇନିଂସର ଅନ୍ତିମ ବଲରେ ନୁଆନ କୁଳସେକରାଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ଜବାବରେ ଶ୍ରୀଲଙ୍କା ୨୫୧ ରନ୍‌ରେ ସୀମିତ ରହିଥିଲା। ଦିନିକିଆ ଫର୍ମାଟ୍‌ରେ ମାତ୍ର ୧୦ ଥର ଦ୍ୱିଶତକ ଦେଖିବାକୁ ମିଳିଛି। ଏଥିରୁ ୩ଟି (୨୬୪, ୨୦୯ ଓ ୨୦୮) ରୋହିତଙ୍କ ନାମରେ ରହିଛି। କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ୨୦୧୦ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ଏହି ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri