ଆଜିି ଆଜ୍ଞାମାଳ ବିଜେ

ପୁରୀ ଅଫିସ,୨୨।୬: ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇନି। ଏଥର ବଡ଼ଦାଣ୍ଡରେ ରଥ ଗଡ଼ିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ମାତ୍ର ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ପରେ ରାୟର ପୁନର୍ବିଚାର ପାଇଁ ସୁପ୍ରିମ୍‌କୋର୍ଟରେ ଏକାଧିକ ରିଭ୍ୟୁ ପିଟିଶନ ଦାଏର ହୋଇଛି। ତେଣୁ ରଥଯାତ୍ରା ଆଶା ପୁଣି ଉଜ୍ଜୀବିତ ହୋଇଛି। ଶେଷ ହୋଇ ନ ଥିବା ଆଶା ଓ ଦୂର ହୋଇ ନ ଥିବା ଆଶଙ୍କା ଭିତରେ ଏବେ ତିନିରଥ ଉପରେ ସମସ୍ତଙ୍କ ନଜର। ବିଧି ମୁତାବକ ରଥଯାତ୍ରା ପୂର୍ବଦିନ ଅର୍ଥାତ୍‌ ସୋମବାର ଆଜ୍ଞାମାଳ ବିଜେ ହେବେ କି ନାହିଁ ସେ ନେଇ ଯେଉଁ ଆଶଙ୍କା ରହିଥିଲା ତାହାକୁ ଦୂର କରିଛନ୍ତି ପରିଚାଳନା କମିଟିର ସେବାୟତ ପ୍ରତିନିଧି। ଭିତର ସେବାୟତ ନିଯୋଗରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ କମିଟିର ୫ ସେବାୟତ ପ୍ରତିନିଧି କହିଛନ୍ତି, ସୋମବାର ସକାଳ ଧୂପ ପରେ ରଥକୁ ଆଜ୍ଞାମାଳ ବିଜେ କରିବେ। ଏହାପରେ ରଥଖଳାରୁ ସିଂହଦ୍ୱାରକୁ ତିନିରଥ ଆସିବ କି ନାହିଁ ତାହା ରାଜ୍ୟ ସରକାର ନିଷ୍ପତ୍ତି ନେବେ। ଆଜ୍ଞାମାଳ ବିଜେ ପରେ ରଥ ନ ଗଡ଼ିଲେ ନୀତି ପ୍ରଭାବିତ ହେବା ଆଶଙ୍କା ରହିଥିବା ସୂଚନା ଦିଆଯାଇଛି।
ପରିଚାଳନା କମିଟି ସଦସ୍ୟ ତଳୁଚ୍ଛ ନୀଳକଣ୍ଠ ମହାପାତ୍ର କହିଛନ୍ତି, ସୁପ୍ରିମ୍‌କୋର୍ଟଙ୍କ ଆଦେଶର ଯେଉଁଭଳି ଭାବେ ବିକଳ୍ପ ନାହିଁ ସେହିଭଳି ମହାପ୍ରଭୁଙ୍କ ରଥଯାତ୍ରାର କୌଣସି ବିକଳ୍ପ ପରିକଳ୍ପନା କରାଯାଇପାରିବ ନାହିଁ। ତେଣୁ ମୁଖ୍ୟମନ୍ତ୍ରୀ ଏଥିରେ ହସ୍ତକ୍ଷେପ କରନ୍ତୁ। ବିନା ଭକ୍ତରେ କିପରି ରଥଯାତ୍ରା ହୋଇପାରିବ ସେ ନେଇ ରାଜ୍ୟ ସରକାର ସୁପ୍ରିମ୍‌କୋର୍ଟଙ୍କ ପାଖରେ ସାନି ଆବେଦନ କରନ୍ତୁ। ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର କହିଛନ୍ତି, ରଥଯାତ୍ରା ଲାଗି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଇଚ୍ଛା ପ୍ରକାଶ କରିଥିବାବେଳେ ଗଜପତି ମହାରାଜା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ତେଣୁ ସରକାର ନିଜ ଆଡୁ ଚେଷ୍ଟା କରନ୍ତୁ। ଛତିଶା ନିଯୋଗ ସମସ୍ତ ସହଯୋଗ କରିବ। କ୍ୟାବିନେଟ ବସାଇ ଅଧ୍ୟାଦେଶ ଆଣି ରାଜ୍ୟ ସରକାର ରଥଯାତ୍ରା କରିପାରିବେ ବୋଲି ଦାସମହାପାତ୍ର କହିଛନ୍ତି। ବିଧି ମୁତାବକ ସୋମବାର ସକାଳ ଧୂପ ପରେ ତିନିରଥକୁ ଆଜ୍ଞାମାଳ ବିଜେ କରାଯିବ। ଏହାପରେ ରଥଖଳାରୁ ସିଂହଦ୍ୱାରକୁ ତିନିରଥ ଆସିବ କି ନାହିଁ ତାହା ରାଜ୍ୟ ସରକାର ନିଷ୍ପତ୍ତି ନେବେ। ତେବେ ଆଜ୍ଞାମାଳ ବିଜେ ପରେ ରଥ ନ ଗଡ଼ିଲେ ନୀତି ପ୍ରଭାବିତ ହେବା ଆଶଙ୍କା ରହିଛି। ଏହି ଖବରଦାତା ସମ୍ମିଳନୀରେ କମିଟି ସଦସ୍ୟ ମାଧବ ପୂଜାପଣ୍ଡା, ଅନନ୍ତ ତିଆଡ଼ି ଏବଂ ମାଧବ ମହାପାତ୍ର ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ବିଧି ଅନୁଯାୟୀ, ରଥଯାତ୍ରା ପୂର୍ବଦିନ ତିନିରଥକୁ ମହାପ୍ରଭୁଙ୍କ ଆଜ୍ଞମାଳ ବିଜେ ହୋଇଥାଏ। ତିନିବାଡ଼ର ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଆଣି ରଥ ନିକଟରେ ପହଞ୍ଚତ୍ଥାନ୍ତି। ପ୍ରଥମେ ବଡଠାକୁର, ପରେ ଜଗନ୍ନାଥ ଓ ଶେଷରେ ସୁଭଦ୍ରାଙ୍କ ରଥରେ ଆଜ୍ଞାମାଳ ବିଜେ ହୁଏ। ମହାପ୍ରଭୁଙ୍କ ଆଜ୍ଞା ପାଇବା ପରେ ଶ୍ରୀମନ୍ଦିର ସିଂହଦ୍ୱାରରେ ତିନି ରଥ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri