ଆଝାର ପ୍ରସଙ୍ଗରେ ସମୟସୀମାକୁ ଚାଇନାର ଅଗ୍ରାହ୍ୟ

ବେଜିଂ,୧୮ା୪(ପି.ଟି): ପାକିସ୍ତାନଭିତ୍ତିକ ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବାରେ ଚାଇନା ବିଳମ୍ବ କରୁଛି। ଏପ୍ରିଲ ୨୩ ମଧ୍ୟରେ ଏ ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଆମେରିକା, ବ୍ରିଟେନ୍‌ ଓ ଫ୍ରାନ୍ସ ସମୟସୀମା ଧାର୍ଯ୍ୟ କରିଥିବା ରିପୋର୍ଟକୁ ଚାଇନା ଅଗ୍ରାହ୍ୟ କରିଛି। ବରଂ ଏହି ସମସ୍ୟାଜଡ଼ିତ ପ୍ରସଙ୍ଗ ସମାଧାନ ଆଡକୁ ଯାଉଛି ବୋଲି ଚାଇନା ପକ୍ଷରୁ କୁହାଯାଇଛି।

ପୁଲ୍‌ଓ୍ବାମା ଆକ୍ରମଣ ପରେ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବା ପାଇଁ ଫ୍ରାନ୍ସ, ବ୍ରିଟେନ ଓ ଆମେରିକା ଜାତିସଂଘ ନିରାପତ୍ତା ପରିଷଦରେ ସାନି ପ୍ରସ୍ତାବ ରଖିଥିଲେ। କିନ୍ତୁ ଉକ୍ତ ପ୍ରସ୍ତାବ ଉପରେ ଚାଇନା କୌଣସି ମନ୍ତବ୍ୟ ନ ଦେଇ ଏଥିରେ ‘ବୈଷୟିକ ସ୍ଥିତାବସ୍ଥା’ ବଜାୟ ରଖିଛି।

ନିରାପତ୍ତା ପରିଷଦର ସଭ୍ୟ ଭାବରେ କୌଣସି ଏକ ପ୍ରସଙ୍ଗ ଉପରେ ଚାଇନାର ଭେଟୋ ପ୍ରୟୋଗ କରିବାର କ୍ଷମତା ରହିଛି। ସେହି ଦୃଷ୍ଟିରୁ ଆଝାର ପ୍ରସଙ୍ଗକୁ ୧୨୬୭ କମିଟିରେ ସମାଧାନ କରିବାକୁ ଚାଇନା ମତ ଦେଇଛି।

ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଲୁ କାଙ୍ଗ ଏପ୍ରିଲ ୨୩ ସମୟସୀମା ପ୍ରସଙ୍ଗରେ ପ୍ରତିକ୍ରିୟା ପ୍ରକାଶ କରି କହନ୍ତି, ଉପରୋକ୍ତ ୩ ଦେଶ ଆଝାର ପ୍ରସଙ୍ଗରେ ଜାତିସଂଘ ନିରାପତ୍ତା ପରିଷଦରେ ଆଲୋଚନା ପାଇଁ ଚାପ ପକାଇପାରିବେ। ଏଥିପାଇଁ ଉଭୟ ନିରାପତ୍ତା ପରିଷଦ ଏବଂ ଏହାର ସହାୟକ ସଂସ୍ଥା ୧୨୬୭ କମିଟି ଏ ସଂକ୍ରାନ୍ତରେ ବିଧିବଦ୍ଧ ନିଷ୍ପତ୍ତି ନେଇପାରିବେ। ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବା କ୍ଷେତ୍ରରେ ଚାଇନାର ଆଭିମୁଖ୍ୟ ସ୍ପଷ୍ଟ। ସହଯୋଗ ମାଧ୍ୟମରେ ଉକ୍ତ ସମସ୍ୟାର ସମାଧାନ ହେବା ଉଚିତ। ଏ କ୍ଷେତ୍ରରେ କୌଣସି ପ୍ରକାର ଅଗ୍ରଗତି ସଦସ୍ୟ ରାଷ୍ଟ୍ରଙ୍କ ସହମତି ବିନା ସଫଳ ହୋଇପାରିବ ବୋଲି ବିଶ୍ୱାସ ହେଉନାହିଁ। ତେବେ ଏହି ପ୍ରସଙ୍ଗ ସମାଧାନ ଆଡକୁ ଗତି କରୁଛି ବୋଲି ଲୁ କାଙ୍ଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri