ଆଞ୍ଚଳିକ ଖାଦ୍ୟ ସହ ଅବଗତ କରାଇବାକୁ ପ୍ରୟାସ

ଭୁବନେଶ୍ୱର, ୧୫।୨ ୧୪ା୨(ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗରସ୍ଥିତ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ, ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧୀନ ୨୧ କେନ୍ଦ୍ରୀୟ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥା ମଧ୍ୟରୁ ଅନ୍ୟତମ। ବିଭିନ୍ନ ରାଜ୍ୟର ଆଞ୍ଚଳିକ ଖାଦ୍ୟ ସମ୍ପର୍କରେ ଅବଗତ କରାଇବାକୁ ସଂସ୍ଥାନ ପକ୍ଷରୁ ଉଦ୍ୟମ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଏଠାରେ ଅନୁଷ୍ଠିତ ହୋଇଯାଇଛି ‘ମରାଠୀ ଖାଦ୍ୟୋତ୍ସବ’। ଭାରତ ସରକାରଙ୍କ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଯୋଜନା ତଥା ‘କର୍ମଚାରୀ ଓ ଛାତ୍ର ବିନିମୟ’ କାର୍ଯ୍ୟକ୍ରମ ମାଧ୍ୟମରେ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ ଭୁବନେଶ୍ୱର ଓ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ ମୁମ୍ବାଇର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାଛଡ଼ା ସଂସ୍ଥାନ ଦ୍ୱାରା ‘ଆତିଥ୍ୟ ଓ ପର୍ଯ୍ୟଟନ ଶିଳ୍ପରେ ଉଦ୍ୟମଶୀଳତା-ନୂତନ ଟ୍ରେଣ୍ଡ ଓ ତା’ର ଆହ୍ବାନ’ ବିଷୟବସ୍ତୁ ଉପରେ ଦୁଇଦିନିଆ ଜାତୀୟସ୍ତରୀୟ ସମ୍ମିଳନୀ ମଧ୍ୟ ଆରମ୍ଭ ହୋଇଛି। ସମ୍ମିଳନୀକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥିଭାବେ ପର୍ଯ୍ୟଟନ ସଚିବ ବିଶାଳ ଦେବ, ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ ଯୋଗଦେଇଥିଲେ। ଏଥିସହ ବିଭାଗୀୟ ଅଧିକାରୀବୃନ୍ଦ, ବହୁ ଲୋକପ୍ରିୟ ସେଫ୍‌, ହୋଟେଲ ଶିଳ୍ପପତି ଉତ୍ସବରେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଶେଷରେ ସଂସ୍ଥାନର ପ୍ରାଧାନଚାର୍ଯ୍ୟ ଶାରଦା ଘୋଷ ସମ୍ମିଳନୀର ବିପୁଳ ସଫଳତା ପାଇଁ କର୍ମଚାରୀ, ଛାତ୍ରୀଛାତ୍ର ଏବଂ ଅତିଥିଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଅବିନାଶ ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri