Posted inଖେଳ

ଆଡଭାନୀଙ୍କୁ ୨୨ତମ ବିଶ୍ୱ ଟାଇଟଲ

ମାଣ୍ଡଲେ(ମିଆଁମାର), ୧୫।୯(ପି.ଟି.)- ଭାରତୀୟ ବିଲିୟାଡର୍‌ସ ତାରକା ପଙ୍କଜ ଆଡଭାନୀ ରେକର୍ଡ ୨୨ତମ ବିଶ୍ୱ ଟାଇଟଲ ହାସଲ କରି ଏକ ବିରଳ ସଫଳତା ହାସଲ କରିଛନ୍ତି। ଏଠାରେ ଖେଳାଯାଇଥିବା ଆଇବିଏସ୍‌ଏଫ୍‌ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସେ ଚାମ୍ପିୟନ ହୋଇଛନ୍ତି। ଚାମ୍ପିୟନଶିପ୍‌ର ୧୫୦- ଅପ୍‌ ଫର୍ମାଟରେ ସେ କ୍ରମାଗତ ଚତୁର୍ଥ ଫାଇନାଲରେ ବିଜୟୀ ହୋଇଛନ୍ତି। ଏଥିସହତ ୩୪ ବର୍ଷୀୟ ଆଡଭାନୀ ୨୦୧୪ରେ ପେସାଦାର ବିଲିୟାଡର୍‌ସକୁ ଫେରିବା ପରେ ପ୍ରତିବର୍ଷ ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ବିଲିୟାଡର୍‌ସର ଏହି ଛୋଟିଆ ଫର୍ମାଟରେ ଆଡଭାନୀ ଗତ ୬ ବର୍ଷ ମଧ୍ୟରେ ପଞ୍ଚମଥର ପାଇଁ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ସେ ମ୍ୟାନମାରର ଫେଭରାଇଟ ଖେଳାଳି ନେ ଥ୍ବା ଓଙ୍କୁ ୬-୨ରେ ପରାସ୍ତ କରିଛନ୍ତି।
ଗତବର୍ଷ ଫାଇନାଲରେ ଏହି ଦୁଇ ଖେଳାଳି ପରସ୍ପରକୁ ଭେଟିଥିଲେ। ଏଥର ଆଡଭାଣୀ ସମ୍ପୂର୍ଣ୍ଣ ଏକପାଖିଆ ଭାବେ ମ୍ୟାଚ୍‌ ହାତେଇ ନେଇଥିଲେ। ଫାଇନାଲ ମୁକାବିଲାରେ ସେ ୬-୨ (୧୫୦-୪, ୧୫୧- ୬୬, ୧୫୦- ୫୦, ୭- ୧୫୦, ୧୫୧- ୬୯, ୧୫୦-୦, ୧୩୩- ୧୫୦, ୧୫୦- ୭୫)ରେ ନେଙ୍କୁ ପରାସ୍ତ କରିଥିଲେ। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ଆଡଭାନୀ ଇଂଲଣ୍ଡର ମାଇକ୍‌ ରସେଲଙ୍କୁ ୫-୨ରେ ପରାସ୍ତ କରିଥିଲେ। ସେହିପରି ଅନ୍ୟ ଏକ ସେମିଫାଇନାଲରେ ନେ ଥ୍ବା ଓ ୫-୩ରେ ଭାରତର ସୌରଭ କୋଠାରିଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri