Posted inଖେଳ

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟରେ ଖେଳିବେ ପୃଥ୍ବୀ, ରିଦ୍ଧିମାନ

ଆଡିଲେଡ୍‌, ୧୬ା୧୨- ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଖେଳାଯିବାକୁ ଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ଲାଗି ବିସିସିଆଇ ଚୂଡ଼ାନ୍ତ ଭାରତୀୟ ଦଳ ଘୋଷଣା କରିଛି। ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟେଷ୍ଟ ମ୍ୟାଚ୍‌ ନିମନ୍ତେ ଘୋଷିତ ଭାରତୀୟ ଦଳରେ ଓପନର ପୃଥ୍ବୀ ଶ, ରିଦ୍ଧିମାନ ଶାହା, ଉମେଶ ଯାଦବଙ୍କୁ ମିଳିଛି ସ୍ଥାନ।

ନିକଟରେ ଶେଷ ହୋଇଥିବା ଆଇପିଏଲରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ପୃଥ୍ବୀଙ୍କୁ ଦଳରେ ସ୍ଥାନ ମିଳିବା ସଭିଙ୍କୁ ଚକିତ କରିଛି। ଉଇକେଟ କିପିଂ ବିଭାଗରେ ରିଷଭ ପନ୍ତଙ୍କ ବଦଳରେ ଅଭିଜ୍ଞ ରିଦ୍ଧିମାନ ଶାହା ସୁଯୋଗ ପାଇଛନ୍ତି। ଦଳରେ ତୃତୀୟ ପେସର ଭାବେ ସ୍ଥାନ ହାସଲ କରିଛନ୍ତି ଉମେଶ । ଆଶା ଅନୁଯାୟୀ ସ୍ପିନ ବୋଲିଂ ବିଭାଗରେ ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ହିଁ ଯାଗା ମିଳିଛି।

ଆଡିଲେଡ୍‌ ଟେଷ୍ଟ ପାଇଁ ଘୋଷିତ ଭାରତୀୟ ଦଳ : ମୟଙ୍କ ଅଗ୍ରଓ୍ବାଲ, ପୃଥ୍ବୀ ଶ, ଚେତେଶ୍ୱର ପୂଜାରା, ଅଧିନାୟକ ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ହନୁମା ବିହାରି, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ ଅଶ୍ୱିନ, ଉମେଶ ଯାଦବ, ମହମ୍ମଦ ଶାମି ଓ ଯଶପ୍ରୀତ ବୁମରା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri