ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…

ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ ସହଜରେ ଏହି ଯନ୍ତ୍ରଣାକୁ ଲାଘବ କରାଯାଇ ପାରିବ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି।

ବ୍ରୋକୋଲି: ବ୍ରିଟେନର ୟୁନିଭର୍ସିଟି ଅଫ୍‌ ଏଷ୍ଟ ଏଞ୍ଜେଲିଆର ଗବେଷକଙ୍କ ମତରେ ବ୍ରୋକୋଲି ଖାଇବା ଦ୍ୱାରା ଆଣ୍ଠୁଗଣ୍ଠି ସମସ୍ୟା ଦୂର ହାଇଥାଏ। ଏଥିରେ ଥିବା କ୍ୟାଲସିୟମ, କାବ୍ରୋହାଇଡ୍ରେଟ୍ସ, ପ୍ରୋଟିନ୍‌, ଆଇରନ୍‌, ଭିଟାମିନ୍‌ ଏ ଓ ସି, କ୍ରୋମିୟମ ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଫଳରେ ବହୁଦିନ ଧରି ଆଣ୍ଠୁଗଣ୍ଠି ସମସ୍ୟା ଦୂର ହୋଇଥାଏ।

ରସୁଣ: ଆଣ୍ଠୁଗଣ୍ଠି ସମସ୍ୟା ଭୋଗୁଥିବା ବ୍ୟକ୍ତି ନିୟମିତ ଭାବେ ଖାଦ୍ୟରେ ରସୁଣ ସାମିଲ କରିବା ଭଲ। ଏଥିରେ ଥିବା ଆଣ୍ଟି ବ୍ୟାକ୍ଟେରିଆଲ୍‌ ତତ୍ତ୍ୱ, ଆଣ୍ଟି ଫଙ୍ଗାଲ, ଆଣ୍ଟି ବାୟୋଟିକ୍‌ ଓ ଆଣ୍ଟି ଇନଫ୍ଲାମେଣ୍ଟୋରି ଗୁଣ ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ଦେଇଥାଏ।

ବଥୁଆ: ବଥୁଆ ଶାଗକୁ ଖାଦ୍ୟରେ ସାମିଲ କରିବା ସହ ନିୟମିତ ଏହାର ରସ ପିଇଲେ ଆଣ୍ଠୁଗଣ୍ଠି ସମସ୍ୟା ଦୂର ହୋଇଥାଏ। ତେବେ ନିୟମିତ ଭାବେ ଏହାକୁ ୩ ମାସ ପିଇଲେ ଭଲ ଫଳ ମିଳିଥାଏ। ମୁଖ୍ୟକଥା ହେଲା ଏହି ରସରେ କିଛି ମିଶାଇ ପିଇବା ଅନୁଚିତ।

ହଳଦୀ: ହଳଦୀରେ ରହିଛି କରକ୍ୟୁମିନ ନାମକ ଏକ ତତ୍ତ୍ୱ। ଯାହା ରୋଗ ସୃଷ୍ଟିକାରୀ ଜୀବାଣୁ ବା ବ୍ୟାକ୍ଟେରିଆଙ୍କୁ ମାରି ଦେଇଥାଏ। ତେଣୁ ନିୟମିତ ଏହାକୁ ଖାଇଲେ ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ମିଳିଥାଏ।

ଓମେଗା ୩ ଫ୍ୟାଟି ଏସିଡ୍‌: ଏହା ସାଧାରଣତଃ ମାଛରୁ ମିଳିଥାଏ। କେତେଗୁଡିଏ ନିର୍ଦ୍ଦିଷ୍ଟମାଛ ସହ ମାଛ ତେଲ ବ୍ୟବହାର କଲେ ଶରୀରକୁ ଓମେଗା ୩ ଫ୍ୟାଟି ଏସିଡ୍‌ ମିଳିଥାଏ। ଏହା ଆଣ୍ଠୁଗଣ୍ଠି ସମସ୍ୟାପାଇଁ ଭଲ କାମ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri