ଆତଙ୍କ ଖେଳାଉଥିବା ଭାଲୁ ପଡ଼ିଲା ଯନ୍ତାରେ: ସ୍ବାସ୍ଥ୍ୟ ପରୀକ୍ଷା ପରେ ନିଆଯିବ ପରବର୍ତ୍ତୀ ପଦକ୍ଷେପ

ନବରଙ୍ଗପୁର, ୭।୩(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦହଣା ଗ୍ରାମରେ ଗତ କିଛିଦିନ ହେବ ଆତଙ୍କ ଖେଳାଉଥିବା ଭାଲୁକୁ କାବୁ କରାଯାଇଛି। ବନବିଭାଗ ପକ୍ଷରୁ ବସାଯାଇଥିବା ଯନ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଭାଲୁଟି ପଡିଛି।
ଗତ କିଛିଦିନ ପୂର୍ବେ ୨ଟି ଭାଲୁ ଖାଦ୍ୟ ଅନ୍ବେଷଣରେ ଦହଣା ଗ୍ରାମକୁ ପଶିଆସିଥିଲା। ଗ୍ରାମରେ ସମସ୍ତଙ୍କ ବାଡିରେ ପଶି ଫଳ, ଆଖୁ ଫସଲ ନଷ୍ଟ କରିବା ସହ ଆତଙ୍କ ଖେଳାଉଥିଲେ। ଏ ନେଇ ବନବିଭାଗକୁ ଅବଗତ କରାଯିବା ପରେ ବନବିଭାଗ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇ ଉକ୍ତ ଭାଲୁର ଗତିବିଧି ଉପରେ ନଜର ରଖାଯାଉଥିଲା। ଶୁକ୍ରବାର ରାତିରେ ଭାଲୁକୁ ଧରିବା ପାଇଁ ଏକ ଯନ୍ତା ବସାଯିବା ପରେ ବନବିଭାଗ ଭାଲୁକୁ ଧରିବାରେ ସଫଳ ହୋଇଛି । ଯନ୍ତା ସହ ଭାଲୁକୁ ବନବିଭାଗ ଏକ ଅଜଣା ସ୍ଥାନରେ ରଖିଛି। ଭାଲୁର ସ୍ବାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଜଣାପଡ଼ିଛି। ତେବେ ଅନ୍ୟ ଭାଲୁର ସନ୍ଧାନ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri