ଆତଙ୍କବାଦ ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନ ଆହ୍ବାନ

କଲମ୍ବୋ,୧୦ା୬(ପି.ଟି.): ଦ୍ୱିରାଷ୍ଟ୍ରୀୟ ଗସ୍ତର ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଲମ୍ବୋରେ ପହଞ୍ଚତ୍ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଓ ଅନ୍ୟ ଶୀର୍ଷ ନେତାମାନଙ୍କ ସହ ଆଲୋଚନା କରିଛନ୍ତି। ଆତଙ୍କବାଦ ଉଭୟ ଦେଶ ପାଇଁ ବିପଦ ବୋଲି ସେମାନେ ଏକମତ ହେବା ସହ ଏହା ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ଉପରେ ଜୋର ଦେଇଛନ୍ତି। ଗତ ଏପ୍ରିଲରେ ଇଷ୍ଟର ପାଳନ ବେଳେ ଶ୍ରୀଲଙ୍କାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୫୦ ଜଣ ନିହତ ହୋଇଥିଲେ। ଏହାପରେ ପ୍ରଥମ ବିଦେଶୀ ନେତା ଭାବେ ପ୍ରଧାନମନ୍ତ୍ରୀ ମୋଦି ସେଠାକୁ ଯାଇ ଆକ୍ରମଣରେ କ୍ଷତିଗ୍ରସ୍ତ ଚର୍ଚ୍ଚ ପରିଦର୍ଶନ କରିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଜଣେ ‘ମୁସଲମାନ ପ୍ରଭାକରନ’ ମୁଣ୍ଡ ଟେକୁଥିବା ରାଷ୍ଟ୍ରପତି ସିରିସେନା ସତର୍କ କରାଇଦେବା ସହ ଏହା ବିରୋଧରେ ସବୁ ସମ୍ପ୍ରଦାୟ ଏକାଠି ହେବାକୁ ଆହ୍ବାନ ଦେଇଥିଲେ। ସୂଚନାଯୋଗ୍ୟ, ଏଲ୍‌ଟିଟିଇର ପ୍ରତିଷ୍ଠାତା ଭେଲାପିଲାଇ ପ୍ରଭାକରନ୍‌ ଶ୍ରୀଲଙ୍କାରେ ହଜାର ହଜାର ଲୋକଙ୍କ ଜୀବନ ନେଇଥିଲା। ଦୀର୍ଘଦିନର ସାମରିକ କାର୍ଯ୍ୟାନୁଷ୍ଠାନ ପରେ ୨୦୦୯ରେ ପ୍ରଭାକରନ ନିହତ ହୋଇଥିଲା। ଯଦି ଆମେ ଏକାଠି ନ ହେବା ପୁଣି ଏକ ଯୁଦ୍ଧର ସମ୍ମୁଖୀନ ହେବାକୁ ପଡିବ ବୋଲି ସିରିସେନା କହିଛନ୍ତି।
କଲମ୍ବୋରେ ପହଞ୍ଚତ୍ବା ପରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୋଦି ରାଷ୍ଟ୍ରପତି ଭବନ ପରିସରରେ ଏକ ଅଶୋକ ଚାରା ରୋପଣ କରିଥିଲେ। ରାଷ୍ଟ୍ରପତି ସିରିସେନା ଓ ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ସିରିସେନା ଏକ ଭୋଜିର ଆୟୋଜନ କରିବା ସହ ତାଙ୍କୁ ଧ୍ୟାନରତ ବୁଦ୍ଧ ପ୍ରତିମୂର୍ତ୍ତିର ଏକ ପ୍ରତିକୃତି ଉପହାର ଦେଇଥିଲେ।
ପ୍ରଧାନମନ୍ତ୍ରୀ କଲମ୍ବୋରେ ରହୁଥିବା ଭାରତୀୟମାନଙ୍କୁ ଉଦ୍‌ବୋଧନ ଦେବା ଅବସରରେ ସେମାନଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି। ଗତ ୫ ବର୍ଷ ମଧ୍ୟରେ ଭାରତର ଛବିରେ ଉଲ୍ଲେଖନୀୟ ପରିବର୍ତ୍ତନ ଘଟିଛି । ଏହା ପଛରେ ପ୍ରବାସୀ ଭାରତୀୟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri