Posted inଜାତୀୟ

ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ସଦସ୍ୟ ରାଷ୍ଟ୍ରମାନଙ୍କୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ବିରୋଧୀ ଲଢ଼େଇ ପାଇଁ ବର୍ତ୍ତମାନର ସମସ୍ତ ଅନ୍ତର୍ଜାତୀୟ ଆଇନକୁ ସୁଦୃଢ଼ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ ବୋଲି ସଦସ୍ୟ ରାଷ୍ଟ୍ରର ସରକାର ମୁଖ୍ୟମାନଙ୍କ ଅଷ୍ଟାଦଶ ସମ୍ମିଳନୀରେ ଯୋଗଦେଇ ରାଜନାଥ କହିଛନ୍ତି। ଏଥିସହିତ ଦାରିଦ୍ର୍ୟ, ଅନଗ୍ରସରତା, ଅସମାନତା ଓ ମହାମାରି ଆଦି ଚ୍ୟାଲେଞ୍ଜ ବିରୋଧରେ ଏକାଠି କାମ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଉଜ୍‌ବେକିସ୍ତାନର ତାସ୍‌କେଣ୍ଟଠାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତରଫରୁ ରାଜନାଥ ଯୋଗଦେଇଥିଲେ। ଆତଙ୍କବାଦ ଆମ ସମାଜରେ ଅସ୍ଥିରତା ସୃଷ୍ଟି କରିବା ସହ ବିକାଶ ପଥରେ ବାଧକ ହୋଇଛି। ଏହା ବିରୋଧରେ ଏସ୍‌ସିଓ ରାଷ୍ଟ୍ରମାନେ ଏକାଠି ହେବା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri