ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କଲା ଭଳି କରୁଛନ୍ତି: ବିଜୟ

ଭୁବନେଶ୍ୱର, ୫।୯(ବ୍ୟୁରୋ): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ବରିଷ୍ଠ ନେତା ବିଜୟ ମହାପାତ୍ର। ଶ୍ରୀକ୍ଷେତ୍ର ବର୍ତ୍ତମାନ କୁରୁକ୍ଷେତ୍ରରେ ପରିଣତ ହୋଇଥିବା ବିଜୟ କହିଛନ୍ତି। ସେ ସରକାରଙ୍କୁ ଟାର୍ଗେଟ କରି ଆହୁରି କହିଛନ୍ତି ଯେ, ଗତ ୭ଦିନ ହେଲା ୫୦ପ୍ଲାଟୁନ ଫୋର୍ସ ମୁତୟନ କରି ଓ ୨୨ ବୁଲଡୋଜର ଲଗାଇ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିବା ଭଳି ମଠ, ମନ୍ଦିରକୁ ଧ୍ୱଂସ କରାଯାଉଛି। ଏଥିଲାଗି ସରକାରଙ୍କର କୌଣସି ସାମ୍ବିଧାନିକ କିମ୍ବା ମୌଳିକ ଅଧିକାର ନାହିଁ। ଶ୍ରୀମନ୍ଦିର ଚାରିପଟ ଉଚ୍ଛେଦ କରି ସରକାର କ’ଣ କରିବେ ତାହା ପ୍ରଥମେ ସ୍ପଷ୍ଟ କରନ୍ତୁ। ବି.ପି. ଦାସ କମିଶନ ଶ୍ରୀମନ୍ଦିର ସଂସ୍କାର ନେଇ ଚୂଡାନ୍ତ ରିପୋର୍ଟ ଦେଇନାହାନ୍ତି। ଏହା ଆସିବା ଆଗରୁ ତାଙ୍କ କାର୍ଯ୍ୟକାଳ ଶେଷ କରିଦିଆଗଲା। କମିଶନଙ୍କ ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହୋଇନାହିଁ। ଯଦି ବି.ପି. ଦାଶ କମିଶନଙ୍କ ସୁପାରିଶରେ ଏହା କରାଯାଉ ଥାଏ ତେବେ ଏହା ବେଆଇନ ବୋଲି ବିଜୟ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri