Posted inଜାତୀୟ

ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ପାକିସ୍ତାନୀ ଡ୍ରୋନ୍‌ ଧରାପଡ଼ିଲା

ଅମୃତସର,୨୫।୯: ଭାରତରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଡ୍ରୋନ୍‌ର ବ୍ୟବହାର କରୁଛି। ଏନେଇ ପଞ୍ଜାବ ପୋଲିସ ଏକ ଡ୍ରୋନ୍‌କୁ ଜବତ କରିଛି। ପଞ୍ଜାବ ପୋଲିସର ଗୋଇନ୍ଦା ଶାଖା ପକ୍ଷରୁ ଏଭଳି ଏକ ଡ୍ରୋନ୍‌କୁ ଧରାଯାଇଛି। ଏହା ଭାରତ-ପାକିସ୍ତାନ ସୀମାନ୍ତ ଜିଲା ତରନ୍‌ତାରନ୍‌ର ଝବାଲ ଅଞ୍ଚଳରୁ ମିଳିଛି। ଖଲିସ୍ତାନ ଜିନ୍ଦାବାଦ୍‌ ଫୋର୍ସ ସଦସ୍ୟ ଏହାକୁ ଅସ୍ତ୍ରଶସ୍ତ୍ର ସହିତ ଏକ ଗୋଦାମରେ ଲୁଚାଇ ରଖିଥିଲେ। ଏହାକୁ ଜଳାଇବାର ଉଦ୍ୟମ କରାଯାଉଥିବାବେଳେ ପୋଲିସ ହାତରେ ଧରାପଡ଼ିଥିବା କୁହାଯାଉଛି। ଏହି ଡ୍ରୋନ୍‌ର ଓଜନ ୧୦ କିଲୋଗ୍ରାମ୍‌। ଏହା ଥରକେ ସାଢ଼େ ୪ କିଲୋଗ୍ରାମ୍‌ ଓଜନର ଏକେ-୪୭ ରାଇଫଲ୍‌ ସହଜରେ ଉଡ଼ାଇ ନେବାକୁ ସକ୍ଷମ। ୮ଟି ଡ୍ରୋନ୍‌ ଦ୍ୱାରା ସେପ୍ଟେମ୍ବର ୬-୭, ୯-୧୦ ଏବଂ ୧୫-୧୬ ରାତିରେ ଅସ୍ତ୍ରଶସ୍ତ୍ର ସୀମାପାରରୁ ଆସିଥିବା ପୋଲିସ ସୂଚନା ଦେଇଛି। ଏହାଦ୍ୱାରା ୮୦ କିଲୋଗ୍ରାମ୍‌ ଅସ୍ତ୍ରଶସ୍ତ୍ର ଅଣାଯାଇଥିବା କୁହାଯାଉଛି। ଏହାକୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କୁ ଯୋଗାଇ ଦିଆଯିବାର ଯୋଜନା କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri