Posted inଜାତୀୟ

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ ଦେଉଥିବା ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟକୁ ନିନ୍ଦା କରାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଆତଙ୍କବାଦକୁ ପାକିସ୍ତାନ ଏହାର ରାଷ୍ଟ୍ରନୀତି ଭାବେ ବ୍ୟବହାର କରିବା ସହ ଆତଙ୍କବାଦୀଙ୍କୁ ରପ୍ତାନି କରୁଛି। ସେଠାକାର ନେତାମାନେ ଭାରତରେ ହିଂସା ଭିଆଇବା ଉଦ୍ଦେଶ୍ୟରେ ଜେହାଦର ଆହ୍ବାନ ଦେଇ ଅତ୍ୟନ୍ତ ଦାୟିତ୍ୱହୀନ ଓ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି। ଏହା ଅତି ନିନ୍ଦନୀୟ। ପାକିସ୍ତାନ ଏକ ସ୍ବାଭାବିକ ପଡ଼ୋଶୀ ଭଳି ବ୍ୟବହାର କରୁ ବୋଲି ରବୀଶ କୁମାର କହିଛନ୍ତି। ସେହିପରି ଜଳପଥରେ ଗୁଜରାଟକୁ ପାକିସ୍ତାନୀ ଆତଙ୍କବାଦୀ ଅନୁପ୍ରବେଶ କରିବା ନେଇ ମଧ୍ୟ କେନ୍ଦ୍ର ସରକାର ସୂଚନା ପାଇଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?