ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା କର

ଅମରପାଲି, ୨୪।୯ (ଡି.ଏନ.ଏ.): ରାଜ୍ୟ ସରକାରଙ୍କ ଅଣୁକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ଜିଲା ଶିଳ୍ପକେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ ଏକ ଶିଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ ବଳଭଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ନାଏକ ମୁଖ୍ୟଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ସେ ନିଜ ବକ୍ତବ୍ୟରେ ଛାତ୍ରୀଛାତ୍ରଙ୍କୁ ଚାକିରୀ ପଛରେ ନ ଦୌଡି ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା ଜାରି ରଖିବାକୁ ପରାମର୍ଶ ଦେଇଥିଲେ। କଠିନ ପରିଶ୍ରମ କରି ଆତ୍ମନିର୍ଭରଶୀଳ ହେଲେ ଆତ୍ମସନ୍ତୋଷ ମିଳିଥାଏ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସ୍ବାଗତିକା ମିଶ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁ, ବୀରମହାରାଜପୁର ଆତ୍ମା ଅଧିକାରୀ ମୀନକେତନ ମହାକୁର ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ନିଜ ନିଜ ବିଭାଗ ତରଫରୁ ଉଦ୍ୟୋଗୀ ହେବା ପାଇଁ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଗୀତାଞ୍ଜଳି ପ୍ରଧାନ ଛାତ୍ରୀମାନଙ୍କୁ ସ୍ବାବଲମ୍ବୀ ହେବା ପାଇଁ ବିଭିନ୍ନ ଉପାୟ ବତାଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜିଲାଶିଳ୍ପ କେନ୍ଦ୍ରର ଶିଳ୍ପ ବିକାଶ ଅଧିକାରୀ ଦେବାଶିଷ ମିଶ୍ର ପରିଚାଳନା କରିବା ସଙ୍ଗେ ସଙ୍ଗେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଉଲ୍ଲେଖ କରିଥିଲେ। ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପ୍ରାୟ ୧୪୦ଜଣ ଛାତ୍ରୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri