ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ଭଦ୍ରକ ବିଧାନସଭା ପ୍ରାର୍ଥୀ ଡ.ପ୍ରଦୀପ ନାୟକ ନିର୍ବାଚନ ପ୍ରଚାରରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ସର୍ଜିକାଲ ଷ୍ଟ୍ରାଇକ୍ ଓ ହିରୋ ଅଭିନନ୍ଦନ ଶବ୍ଦକୁ ବ୍ୟବହାର କରି ଦୁହେଁ ଏବେ ଅଡୁଆରେ ପଡ଼ିଛନ୍ତି। ଜିଲାପାଳ ତଥା ଭଦ୍ରକ ଲୋକ ସଭା ରିଟର୍ଣ୍ଣିଂ ଅଫିସର ଜ୍ଞାନରଞ୍ଜନ ଦାସ ପ୍ରାର୍ଥୀ ଅଭିମନ୍ୟୁ ଓ ଉପଜିଲାପାଳ ତଥା ଭଦ୍ରକ ବିଧାନସଭା ରିଟର୍ଣ୍ଣିଂ ଅଫିସର ପୀତାମ୍ବର ସାମଲ ପ୍ରାର୍ଥୀ ଡ. ପ୍ରଦୀପଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏଥିସହ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ମଧ୍ୟ ଏଭଳି କୌଣସି ବିଷୟ ନିଜର ନିର୍ବାଚନ ପ୍ରଚାରରେ ବ୍ୟବହାର ନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ
ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...
ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...
ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...
ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…
ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...
Archives


