ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ,ସ୍ଥାୟୀ କୋଠା ଦାବି: ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର,ଅଭିଭାବକ

ବିଷମକଟକ, ୧୯।୮- ରାୟଗଡା ଜିଲା ବିଷମକଟକ ବ୍ଳକ ଅନ୍ତର୍ଗତ ଦୁର୍ଗୀଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଏବଂ ସ୍ଥାୟୀ କୋଠା ଦାବି କରି ଛାତ୍ରୀଛାତ୍ର ଓ ଅଭିଭାବକ ରାଜରାସ୍ତାକୁ ଓହ୍ଲାଇଛନ୍ତ। ଛାତ୍ରୀଛାତ୍ର ଓ ଅଭିଭାବକ ବିଦ୍ୟାଳୟ ନୂତନ କୋଠା ସମ୍ମୁଖରେ ଧାରଣାରେ ବସିଥିଲେ । ଖବରପାଇ ବ୍ଲକ ଶିକ୍ଷାଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ଧାରଣା ହଟିଥିଲା ।
ଦୁର୍ଗୀଠାରେ ଆଦର୍ଶ ବିଦ୍ୟାଳୟର ନୂତନ କୋଠା ନିର୍ମାଣ ଚାଲିଛି । ଗତ ଶିକ୍ଷା ବର୍ଷରେ ଉକ୍ତ ବିଦ୍ୟାଳୟ ଅସ୍ଥାୟୀ କୋଠାରେ ଆରମ୍ଭ କରାଯାଇଛି। ଚଳିତ ବର୍ଷ ଅଷ୍ଟମ ଶ୍ରେଣୀ ନିମନ୍ତେ ମଧ୍ୟ ଆବେଦନପତ୍ର ଗ୍ରହଣ କରାଯାଇଛି । ବର୍ତ୍ତମାନ ୨୩୦ ଛାତ୍ରୀଛାତ୍ର ଦୁର୍ଗୀ ଗ୍ରାମର ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହରେ ପଢୁଛନ୍ତି । ଛାତ୍ରୀଛାତ୍ରଙ୍କ ତୁଳନାରେ ଶ୍ରେଣୀଗୃହ ଛୋଟ ହୋଇଥିବାରୁ ପିଲାମାନେ ପାଠ ପଢିବାରେ ବହୁ ଅସୁବିଧା ଭୋଗୁଛନ୍ତି । ଏଥିସହିତ ଏତେଗୁଡାଏ ଛାତ୍ରୀଛାତ୍ରଙ୍କୁ ପଢାଇବା ନିମନ୍ତେ ଶିକ୍ଷକଙ୍କ ମଧ୍ୟ ଅଭାବ ରହିଛି । ବିଦ୍ୟାଳୟରେ ଅଧ୍ୟକ୍ଷ ଙ୍କୁ ମିଶାଇ ୫ଜଣ ଶିକ୍ଷକ ରହିଛନ୍ତି। ଫଳରେ ଶିକ୍ଷାଦାନରେ ବ୍ୟାଘାତ ସୃଷ୍ଟି ହେଉଛି । ଛାତ୍ରୀଛାତ୍ର ଦୂର ଦୂରାନ୍ତର ର ଆସୁଥିବା ବେଳେ ଶିକ୍ଷକ ଅଭାବରୁ ନିରାଶ ହେଉଛନ୍ତି । ଏନେଇ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସମାଧାନ ହେଉନାହିଁ । ତେଣୁ ବାଧ୍ୟ ହୋଇ ଆମେ ରାଜରାସ୍ତାଙ୍କୁ ଓହ୍ଲାଇଲୁ ବୋଲି ଅଭିଭାବକ ପ୍ରକାଶ କରିଛନ୍ତି । ଖବରପାଇ ବ୍ଳକ ଶିକ୍ଷା ଅଧିକାରୀ ଜୟଚନ୍ଦ୍ର ପାଠୀ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ । ପରେ ନୂତନ କୋଠା ବୁଲି ଦେଖିଥିଲେ। ବୁଧବାରଠାରୁ ନୂତନ କୋଠାରେ ପାଠ୍ୟକ୍ରମ ଆରମ୍ଭ ହେବ। ଯଥାଶୀଘ୍ର ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତ କରାଯିବ ବୋଲି ସେ ପ୍ରତିଶୃତି ଦେଇଥିଲେ । ପରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri