ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧

ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା ଉଦ୍‌ଯାପନୀ ସମାରୋହରେ ସ୍ବଚ୍ଛତା ରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହୋଇଛି ପୌରସଂସ୍ଥା। ହେଲେ ୩ନଂ. ୱାର୍ଡ ଫିଶେରୀ ଟ୍ୟାଙ୍କ ଗଳିରୁ ଆଦର୍ଶ ସହରର ବାସ୍ତବ ଚିତ୍ର ପଦାରେ ପଡ଼ିଛି। ଫଳରେ ସ୍ବଚ୍ଛତା କାର୍ଯ୍ୟକ୍ରମ କେବଳ କାଗଜ କଲମରେ ସୀମିତ ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।
ଅଞ୍ଚଳର ଡ୍ରେନ୍‌ ଆବର୍ଜନାରେ ଭର୍ତ୍ତି ହୋଇଛି। ପଚା ପାଣି ରାସ୍ତାରେ ପ୍ରବାହିତ ହେଉଥିବାରୁ ଦୁର୍ଗନ୍ଧରେ ନାକ ଫାଟୁଛି। ଏହାର ପ୍ରଭାବ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପଡୁଛି। ଅଞ୍ଚଳବାସୀ ରାସ୍ତାରେ ଚଳପ୍ରଚଳ କରିବାରେ ସମସ୍ୟା ଭୋଗୁଛନ୍ତି। ଲକ୍ଷ୍ମୀପୂଜା ଉତ୍ସବ ପୂର୍ବରୁ ଅଗଷ୍ଟ ୧୯ରେ ଅଞ୍ଚଳବାସୀ ଲିଖିତ ଭାବେ ପୌରସଂସ୍ଥା କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିଲେ। ତଥାପି ଏହି ଓ୍ବାର୍ଡ ଉପେକ୍ଷିତ ହୋଇ ରହିଛି। ବର୍ଷା ଛାଡ଼ିଲେ, ପୂଜା ସରିଲେ କାମ ହେବ କହି ପୌରସଂସ୍ଥା କର୍ତ୍ତୃପକ୍ଷ ଦିନ ଗଡ଼ାଇ ଚାଲିଛନ୍ତି। ଅଞ୍ଚଳବାସୀ ନିର୍ଦ୍ଧାରିତ ସମୟରେ ହୋଲଡିଂ ଟ୍ୟାକ୍ସ ପୈଠ କରୁଛନ୍ତି। ତଥାପି କାହିଁକି ସେମାନଙ୍କୁ ଉପେକ୍ଷିତ କରାଯାଉଛି ବୋଲି ଲୋକମାନେ ପ୍ରଶ୍ନ କରିଛନ୍ତି। ସମସ୍ୟା ସମାଧାନ ନ ହେଲେ ପୁଞ୍ଜିଭୂତ ଅସନ୍ତୋଷ ଜନଆନ୍ଦୋଳନରେ ପରିଣତ ହେବ। ଏଥିପାଇଁ ପୌର କର୍ତ୍ତୃପକ୍ଷ ଦାୟୀ ରହିବେ ବୋଲି ଓ୍ବାର୍ଡବାସୀ କହିଛନ୍ତି।
ଏ ନେଇ ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ଯନ୍ତ୍ରୀ ରଶ୍ମିତା ମିଶ୍ର କୁହନ୍ତି, ଶୁକ୍ରବାର ସକାଳେ ଅଞ୍ଚଳ ପରିଦର୍ଶନ କରିଛୁ। ଶନିବାର ସୁଦ୍ଧା ନାଳ ସଫେଇ ସହ ଆବର୍ଜନା ଉଠାଯିବା ବ୍ୟବସ୍ଥା କରାଯିବ। ଖୁବ୍‌ଶୀଘ୍ର ଡ୍ରେନ୍‌ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri